ଦେଶ

ଆଜି ସାରା ବିଶ୍ୱ ପାଳୁଛି ‘ବିଶ୍ୱ ହୃଦୟ ଦିବସ’ – Ibnodisha

[ad_1]

ନୂଆଦିଲ୍ଲୀ: ଆଜି ବିଶ୍ୱ ହୃଦୟ ଦିବସ । ହୃଦରୋଗର ପ୍ରତିଷେଧ ଓ ନିରାକରଣ ସଂପର୍କରେ ସଚେତନତା ସୃଷ୍ଟି କରିବା ଲକ୍ଷ୍ୟରେ ପ୍ରତିବର୍ଷ ଆଜିର ଦିନକୁ ବିଶ୍ୱ ହୃଦୟ ଦିବସ ଭାବେ ପାଳନ କରାଯାଉଛି । ଚଳିତ ବର୍ଷର ଥିମ୍ ରହିଛି ‘ୟୁଜ୍ ହାର୍ଟ, ନୋ ହାର୍ଟ’ । ସାଧାରଣ ଲୋକଙ୍କୁ ହୃତପିଣ୍ଡ ସ୍ୱାସ୍ଥ୍ୟ ବାବଦରେ ସଚେତନ କରାଇବା ଲାଗି ଏହି ଦିବସ ପାଳନ ହେଉଛି ।

ମଣିଷ ଶରୀରର ହାର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ଅଙ୍ଗ। ଏହା ପୂରା ଶରୀରକୁ ଶକ୍ତି ଯୋଗାଏ। ହାର୍ଟ ସୁସ୍ଥ ରହିଲେ ବ୍ୟକ୍ତି ସୁସ୍ଥ ରହିଥାଏ । ତେଣୁ ଏହାର ଯତ୍ନ ନେବା ମଧ୍ୟ ଆବଶ୍ୟକ। ତେବେ ଉଚିତ ଖାଦ୍ୟ, ପାନୀୟ ଗ୍ରହଣ କଲେ, ବ୍ୟାୟାମ କଲେ, ଧୂମପାନ ବର୍ଜନ କଲେ ହାର୍ଟ ସୁସ୍ଥ ରହିଥାଏ । ନହେଲେ ବିଭିନ୍ନ ପ୍ରକାର ସମସ୍ୟା ଦେଖାଯାଇଥାଏ । ଏହି ସମସ୍ୟା ଭିତରୁ ହୃଦଘାତ ଗୋଟିଏ ।

ଏବେ ହୃଦଘାତ ଯୋଗୁ ଯୁବପିଢିଙ୍କ ମୃତ୍ୟୁ ଏବେ ଚିନ୍ତାର କାରଣ ହୋଇଛି । ଯୁବକମାନେ ମାତ୍ରାଧିକ ଶାରିରୀକ ବ୍ୟାୟାମ କରିବା ପୂର୍ବରୁ ହୃଦପିଣ୍ଡ ସହ ସନ୍ତୁଳନ ରକ୍ଷା କରିବାକୁ ହେବ ବୋଲି ବିଶେଷଜ୍ଞମାନେ ମତ ଦେଇଛନ୍ତି । ଉଚିତ୍ ଖାଦ୍ୟ, ପାନୀୟ ଗ୍ରହଣ ସହ ନିୟମିତ ବ୍ୟାୟାମ କଲେ ହାର୍ଟ ସୁସ୍ଥ ରହିଥାଏ । ଫ୍ରାଏଡ୍ ଏବଂ ଜଙ୍କ ଫୁଡ୍ ରୁ ଦୁରେଇ ରହିବାକୁ ପରାମର୍ଶ ଦେଇଛନ୍ତି। ଉଚ୍ଚ ରକ୍ତଚାପ, ମଧୁମେହ, ମେଦବହୁଳତା ଆଦି ହୃଦରୋଗକୁ ଭୟଙ୍କର ଭାବେ ପ୍ରଭାବିତ କରିଥାଏ । ତେଣୁ ସମସ୍ତଙ୍କୁ ଏ ସମ୍ପର୍କରେ ସଚେତନ କରାଇବା ପାଇଁ ବିଶ୍ବ ହୃଦୟ ଦିବସର ଲକ୍ଷ୍ୟ ।

ସୂଚନା ଥାଉକି, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ସହ ମିଶି ୱାର୍ଲଡ ହାର୍ଟ ଫେଡେରେସନ ଏହି ଦିବସ ପାଳନ କରିବାକୁ ୧୯୯୯ରେ ନିଷ୍ପତ୍ତି ନେଇଥିଲା। ଆରମ୍ଭରୁ ଏହା ସେପ୍ଟେମ୍ବର ମାସ ଶେଷ ରବିବାର ପାଳିତ ହେଉଥିଲା। ପ୍ରଥମ ଥର ୨୦୨୦ ସେପ୍ଟେମ୍ବର ୨୪ରେ ପାଳିତ ହୋଇଥିଲା। କିନ୍ତୁ ୨୦୧୧ରୁ ଏହା ସେପ୍ଟେମ୍ବର ୨୯ରେ ପାଳିତ ହୋଇ ଆସୁଛି।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button