ରାଜ୍ୟ

ଚୌଧୁରୀ ବଜାରର ଲୁଗା ଦୋକାନରେ ଲାଗିଥିବା ନିଆଁକୁ ଆୟତ୍ତ କଲା ଅଗ୍ନିଶମ ବାହିନୀ – Ibnodisha

[ad_1]

କଟକ: ଚାରି ଘଣ୍ଟା ପରେ ଚୌଧୁରୀ ବଜାରର ଲୁଗା ଦୋକାନରେ ଲାଗିଥିବା ନିଆଁକୁ ଆୟତ୍ତ କରାଯାଇପାରିଛି। ଏବେ ବିପଦ ସଂପୂର୍ଣ୍ଣ ଟଳିଯାଇଛି। ଏନେଇ ଅଗ୍ନିଶମ ଅଧିକାରୀ ସୂଚନା ଦେଇଛନ୍ତି। ଏବେ ବି ଘଟଣାସ୍ଥଳରେ ଅଗ୍ନିଶମ ବାହିନୀର ୧୦ଟି ଟିମ୍ ନିଆଁ ଲିଭାଇବା ଲାଗି ଅକ୍ଳାନ୍ତ ପ୍ରଚେଷ୍ଟା ଜାରି ରଖିଛନ୍ତି। ଏଯାଏ ବହୁ ଲୁଗା ଓ ଅନ୍ୟାନ୍ୟ ଆସବାବପତ୍ର ଜଳିପୋଡ଼ି ଯାଇଥିବା ଜଣାଯାଇଛି। ନିଆଁ ଲାଗିଥିବା ଦୋକାନର ପାଖାପାଖି ଅନ୍ୟ କୌଣସି ଦୋକାନକୁ ନିଆଁ ବ୍ୟାପିନାହିଁ।  ଏଣେ ଘଟଣାସ୍ଥଳରେ ଜିଲ୍ଲାପାଳ ବି ପହଞ୍ଚି ନିଆଁ ଲିଭା କାମର ତଦାରଖ କରିଥିଲେ। ଜିଲ୍ଲାପାଳ କହିଛନ୍ତି, ଏଘଟଣା ପରେ ସ୍ଥାନୀୟ ଦୋକାନୀଙ୍କୁ ସଚେତନ କରାଯିବ।

ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ଅନୁଯାୟୀ, ସକାଳେ ସାଲାସାର ଲୁଗା ଦୋକାନ ପାଖରେ ଥିବା ଏକ ଛୋଟ ଦୋକାନରେ ନିଆଁ ଲାଗିଥିଲା। ସେଠାରୁ ଧୂଆଁ ବାହାରିଥିଲା। ତେବେ ପ୍ରବଳ ଧୂଆଁ ବାହାରୁ ଥିବାରୁ ଭିତରକୁ ଯାଇ ନିଆଁ ଲିଭାଇବା ଅଗ୍ନିଶମ କର୍ମଚାରୀଙ୍କ ପାଇଁ କଷ୍ଟକର ହୋଇପଡ଼ିଥିଲା। ବିଲ୍ଡିଂରେ ଲାଗିଥିବା କାଚକୁ ଭାଙ୍ଗି ଅଗ୍ନିଶମ ବାହିନୀ ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରୁଛନ୍ତି। ତେଣେ ନିଆଁ ଲାଗି ଅଧପୋଡ଼ା ଲୁଗାକୁ ଅଗ୍ନିଶମ ବାହିନୀ ବାହାର କରିଛନ୍ତି। ତେବେ କିପରି ନିଆଁ ଲାଗିଲା ତାର କାରଣ ଜଣାପଡ଼ି ନାହିଁ। ଏଣେ ଏହି ଅଗ୍ନିକାଣ୍ଡରେ ଲକ୍ଷ ଲକ୍ଷ ଟଙ୍କାର ଲୁଗା ଓ ଆସବାବପତ୍ର ଜଳିପୋଡ଼ି ପାଉଁଶ ହୋଇଛି।



[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button