ରାଜ୍ୟ

ସୁନ୍ଦରଗଡ଼ରେ ଆଉ ୨୦ ନୂଆ ସ୍କ୍ରବ ଟାଇଫସ ଆକ୍ରାନ୍ତ ଚିହ୍ନଟ; ପଜିଟିଭ ସଂଖ୍ୟା ୨୯୨କୁ ବୃଦ୍ଧି – Ibnodisha

[ad_1]

ସୁନ୍ଦରଗଡ଼ : ଚିନ୍ତା ବଢ଼ାଇଲାଣି ସ୍କ୍ରବ ଟାଇଫସ । ୨୪ଘଣ୍ଟା ମଧ୍ୟରେ ପୁଣି ୨୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୭୪ ଜଣଙ୍କ ରକ୍ତ ନମୁନା ମଧ୍ୟରୁ ୨୦ ପଜିଟିଭ ବାହାରିଛି। ମୋଟ ଆକ୍ରାନ୍ତ ଙ୍କ ସଂଖ୍ୟା ୨୯୨କୁ ବୃଦ୍ଧି । ଜଣ ଙ୍କ ର ପୂର୍ବରୁ ମୃତ୍ୟୁ ହୋଇଥିବା ବେଳେ ଆଉ ଜଣେ ଗୁରୁତର ICU ରେ ଚିକିତ୍ସାଧୀନ । ଏନେଇ ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହି ରୋଗ ଏକ ନିର୍ଦ୍ଦିଷ୍ଟ କୀଟ ଦଂଶନରୁ ହେଉଥିବାରୁ ଜଙ୍ଗଲ ତଥା ବିଲବାଡ଼ିକୁ ଯିବା ସମୟରେ ସମ୍ପୂର୍ଣ ଶରୀରକୁ ଘୋଡ଼ାଇ ରଖିବାକୁ ସ୍ବାସ୍ଥ୍ୟ ବିଭାଗ ପରାମର୍ଶ ଦେଇଛି। ଏହି ରୋଗକୁ ନିୟନ୍ତ୍ରଣ କରିବା ପାଇଁ ଜିଲ୍ଲା ମୁଖ୍ୟ ଡାକ୍ତରଖାନା ଓ ରାଉରକେଲା ସରକାରୀ ଡାକ୍ତରଖାନାରେ ଔଷଧ, ପରୀକ୍ଷା ବ୍ୟବସ୍ଥା ରହିଛି। ଲକ୍ଷଣ ଜଣା ପଡ଼ିଲେ ଡାକ୍ତର ପରାମର୍ଶ ନେବା ପାଇଁ CDMO ପରାମର୍ଶ ଦେଇଛନ୍ତି ।

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button