ରାଜ୍ୟ

ସୁନ୍ଦରଗଡ଼ରେ ୨୪ ଘଣ୍ଟାରେ ପୁଣି ୯ ସ୍କ୍ରବ୍ ଟାଇଫସ ଆକ୍ରାନ୍ତ ଚିହ୍ନଟ: ସଂଖ୍ୟା ଛୁଇଁଲା ୩୦୪ – Ibnodisha

[ad_1]

ସୁନ୍ଦରଗଡ଼:୨୪ ଘଣ୍ଟାରେ ପୁଣି ୯ ସ୍କ୍ରବ୍ ଟାଇଫସ ଆକ୍ରାନ୍ତ ଚିହ୍ନଟ। ୩୪ ରକ୍ତ ନମୁନାରୁ ୯ ପଜିଟିଭ ଚିହ୍ନଟ। ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୩୦୪ରେ ପହଞ୍ଚିଲା। ଏନେଇ ସୂଚନା ଦେଇଛନ୍ତି ଭାରାପ୍ରାପ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର  କାହ୍ନୁଚରଣ ନାୟକ।

ଉଲ୍ଲେଖଯୋଗ୍ୟ, ଗତ ଜାନୁ୍ଆରି ମାସରୁ ଆଜିର ତାରିଖ ଯାଏ ୩୦୪ ଜଣ ସ୍କ୍ରବ୍‌ ଟାଇଫସ୍ ପଜିଟିଭ ଚିହ୍ନଟ ହୋଇଛନ୍ତି। ତେବେ ବଡ଼ଗାଁ ଅଞ୍ଚଳର ଜଣେ ସଂକ୍ରମିତଙ୍କର ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣେ ଆଇସିୟୁରେ ଭର୍ତ୍ତି ହୋଇଥିଲେ। ଅନ୍ୟ ସମସ୍ତ ଆକ୍ରାନ୍ତ ସୁସ୍ଥ ଥିବା ସ୍ବାସ୍ଥ୍ୟ ବିଭଗ ସୂଚନା ଦିଆଯାଇଛି।

ଜିଲ୍ଲାର ସଦର ବ୍ଲକ୍‌ ମଝାପଡ଼ା ଓ ବାଲିଶଙ୍କରା ବ୍ଲକରୁ ଅଧିକ ରୋଗୀ ଚିହ୍ନଟ ହୋଇଥିଲେ। ଏହି ରୋଗ କୀଟ ଦଂଶନରୁ ହେଉଥିବାରୁ ଜଙ୍ଗଲ ତଥା ବିଲବାଡ଼ିକୁ ଯିବା ସମୟରେ ସମ୍ପୂର୍ଣ ଶରୀରକୁ ଘୋଡ଼ାଇ ରଖିବାକୁ ସ୍ବାସ୍ଥ୍ୟ ବିଭାଗ ପରାମର୍ଶ ଦେଇଛି। ଏହି ରୋଗକୁ ନିୟନ୍ତ୍ରଣ କରିବା ପାଇଁ ଜିଲ୍ଲା ମୁଖ୍ୟ ଡାକ୍ତରଖାନା ଓ ରାଉରକେଲା ସରକାରୀ ଡାକ୍ତରଖାନାରେ ଔଷଧ, ପରୀକ୍ଷା ବ୍ୟବସ୍ଥା ରହିଥିବା ସୂଚନା ଦେଇଛନ୍ତି ଭାରପ୍ରାପ୍ତ ସିଡିଏମଓ ଡ. କାହ୍ନୁଚରଣ ନାୟକ। ସେପଟେ ସ୍ବାସ୍ଥ୍ୟ ବିଭାଗର ସଚେତନତା  ଲୋକଙ୍କ ପାଖରେ ପହଞ୍ଚି ପାରୁନଥିବା ଅଭିଯୋଗ ରହିଛି।



[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button