ଦେଶ

ବାପୁଙ୍କ ଅମରବାଣୀ ପ୍ରତ୍ୟେକଙ୍କ ପଥ ଆଲୋକିତ କରୁଥିବ: ପ୍ରଧାନମନ୍ତ୍ରୀ ମୋଦୀ – Ibnodisha

[ad_1]

ନୂଆଦିଲ୍ଲୀ: ବାପୁଙ୍କ ଅମରବାଣୀ ପ୍ରତ୍ୟେକ ବ୍ୟକ୍ତିଙ୍କ ପଥ ଆଲୋକିତ କରି ଚାଲୁଥିବ ବୋଲି ଆଜି ତାଙ୍କ ୧୫୪ତମ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି।

‘ଏକ୍ସ୍‌’ କରି ପ୍ରଧାନମନ୍ତ୍ରୀ କହିଛନ୍ତି: ଗାନ୍ଧୀ ଜୟନ୍ତୀର ବିଶେଷ ଅବସରରେ ମୁଁ ମହାତ୍ମା ଗାନ୍ଧୀଙ୍କ ପ୍ରତି ପ୍ରଣିପାତ କରୁଛି। ତାଙ୍କର ଅମରବାଣୀ ପ୍ରତ୍ୟେକ ବ୍ୟକ୍ତିଙ୍କ ପଥ ଆଲୋକିତ କରି ଚାଲୁଥିବ। ମହାତ୍ମା ଗାନ୍ଧୀଙ୍କ ପ୍ରଭାବ ବୈଶ୍ବିକ ହୋଇଥିବାରୁ ତାହା ଏକତା ଓ ସହାନୁଭୂତି ପ୍ରାଣଚ୍ଛ୍ବାସକୁ ଆଗେଇ ନେବା ପାଇଁ ସମଗ୍ର ମାନବଜାତିକୁ ପ୍ରେରିତ କରୁଥିବ। ଆମେ ସଦାସର୍ବଦା ତାଙ୍କ ପରିକଳ୍ପନା ପରିପୂରଣ ପାଇଁ କାର୍ଯ୍ୟ କରିବା। ସାମଗ୍ରିକ ଏକତା ଓ ସହାବସ୍ଥାନ ନିମନ୍ତେ ତାଙ୍କ ପରିକଳ୍ପିତ ପରିବର୍ତ୍ତନର ଭାବଧାରାର ବାହାକ ହେବା ଲାଗି ପ୍ରତ୍ୟେକ ଯୁବା ସମର୍ଥ ହୁଅନ୍ତୁ।

Image Courtesy of India Today

ଗାନ୍ଧୀ ଜୟନ୍ତୀ ଅବସରରେ ମହାତ୍ମାଗାନ୍ଧୀଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ଲାଗି ଆଜି ସକାଳ ୭.୩୦ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମ‌ୋଦୀ ରାଜଘାଟରେ ପହଞ୍ଚିଥିଲେ।

ତା’ପରେ ପ୍ରଧାନମନ୍ତ୍ରୀ ମୋଦୀ ବିଜୟଘାଟକୁ ଯାଇ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ୍‌ ବାହାଦୁର ଶାସ୍ତ୍ରୀଙ୍କ ପ୍ରତି ମଧ୍ୟ ତାଙ୍କ ଜନ୍ମଦିନ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।

ସେହିପରି, ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼,  ଲୋକସଭା ବାଚସ୍ପତି ଓମ୍‌ ବିର୍ଲା, ଦିଲ୍ଲୀ ଉପରାଜ୍ୟପାଳ ଭି. କେ. ସାକ୍‌ସେନା ଓ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ୍‌ଗେ ମଧ୍ୟ ରାଜଘାଟରେ ଉପସ୍ଥିତ ହୋଇ ବାପୁଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ।



[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button