ରାଜ୍ୟ

ମହାନଦୀ ବ୍ରିଜରେ ଲଟକିଛି ଯାତ୍ରୀବାହୀ ବସ୍‌: ଯାତ୍ରୀ ସୁରକ୍ଷିତ – Ibnodisha

[ad_1]

କଟକ: କଟକ ଜିଲ୍ଲା ବାଙ୍କୀ ଜାତମୁଣ୍ଡିଆ ଠାରେ ଥିବା ମହାନଦୀ ବ୍ରିଜ ଉପରେ ଏକ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଅନୁଗୁଳରୁ ଭୁବନେଶ୍ୱର ଆସୁଥିବା ଏହି ବସଟି ଜାତମୁଣ୍ଡିଆ ବ୍ରିଜର ବ୍ୟାରିକେଡକୁ ଧକ୍କା ଦେବା ଫଳରେ ବସଟି ପୋଲ ତଳକୁ ଖସିପଡ଼ିବା ଭଳି ଅଧାରେ ଲଟକି ରହିଛି। ଗାଡ଼ିଟି ବ୍ରିଜର ବ୍ୟାରିକେଟକୁ ବାଡ଼େଇବା ପରେ ଅଧା ଓହଳିବା ଅବସ୍ଥାରେ ଝୁଲି ରହିଛି।

ଘଟଣା ସ୍ଥଳରେ ପୁଲିସ ଓ ଅଗ୍ନିଶମବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛି। ଏବେ ଘଟଣାସ୍ଥଳରେ କ୍ରେନ୍ ଜରିଆରେ ବସଟିକୁ ବ୍ରିଜ୍ ଉପରକୁ ଆଣିବାର ପ୍ରୟାସ ଆରମ୍ଭ ହୋଇଛି। ଯାତ୍ରୀମାନଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଥିଲେ ବି ୧୦ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ଜଣାଯାଇଛି। ଗାଡ଼ିର କାଚ ଓ ଜରୁରୀ ଦ୍ୱାର ଭାଙ୍ଗି ଯାତ୍ରୀମାନଙ୍କୁ ଉଦ୍ଧାର କରାଯାଇଛି। ହେଲେ ଦୁର୍ଘଟଣାର କାରଣ ଜଣାପଡ଼ିନାହିଁ। ଡ୍ରାଇଭର ନିଶାସକ୍ତ ଥିଲେ କି ଯାନ୍ତ୍ରିକ ତ୍ରୁଟିପାଇଁ ଏଭଳି ଦୁର୍ଘଟଣା ଘଟିଛି ତାହା ତଦନ୍ତ କରାଯାଉଛି। ତେବେ ବ୍ରେକ୍ ଫେଲ୍ ହେବାରୁ ଏଭଳି ଅଘଟଣ ଘଟିଥିବା ପ୍ରାରମ୍ଭିକ ପର୍ଯ୍ୟାୟରେ କୁହାଯାଉଛି।



[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button