ରାଜ୍ୟ

ରାଜ୍ୟ କ୍ୟାବିନେଟ ବୈଠକରେ ୧୬ ପ୍ରସ୍ତାବ ଉପରେ ବାଜିଲା ମୋହର – Ibnodisha

[ad_1]

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିଲା ରାଜ୍ୟ କ୍ୟାବିନେଟ ବୈଠକ । ଏହି ବୈଠକରେ ୭ ବିଭାଗର ୧୬ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ମୁଣ୍ଡାରୀ ଭାଷାକୁ ଅଷ୍ଟମ ଅନୁଚ୍ଛେଦରେ ସାମିଲ ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ ମିଳିଛି । ସେହିପରି ସଂଗ୍ରହାଳୟର ସୁପରିଚାଳନା, ପ୍ରତ୍ନତତ୍ୱ ଓ ଗ୍ରନ୍ଥାଳୟ ପାଇଁ ଗଠନ ହେବ ୩ଟି ସ୍ୱତନ୍ତ୍ର ନିର୍ଦ୍ଦେଶାଳୟ । ଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତି ବିଭାଗ ଅଧିନରେ ଏହି ନିର୍ଦ୍ଦେଶାଳୟ କାର୍ଯ୍ୟ କରିବ । କଟକ ଚାରବାଟିଆ ପ୍ରତିରକ୍ଷା ପ୍ରତିଷ୍ଠାନ ପାଇଁ ବିସ୍ଥାପିତ ହୋଇଥିବା ବିସ୍ଥାପିତଙ୍କ ପାଇଁ ସ୍ୱତନ୍ତ୍ର ରିହାତି ଗୃହ ଯୋଜନା ଆରମ୍ଭ କରିଛନ୍ତି ସରକାର । ସେହିପରି ରାଜ୍ୟ ସମବାୟ ବିପଣନ ଫେଡେରେସନ ପାଇଁ ସ୍ୱତନ୍ତ୍ର କର୍ପସ ପାଣ୍ଠି ଗଠନ କରାଯାଇଛି ।

ବ୍ଲକ ସ୍ତରରେ ଥିବା ୫୫ଟି ବସଷ୍ଟାଣ୍ଡର ହେବ ଉନ୍ନତିକରଣ । ଏହାସହ ବଲାଙ୍ଗୀର, ଜୟପୁର, ମୋଟୁ ଓ ଆଠଗଡ଼ରେ ପ୍ରସ୍ତାବିତ ୪ଟି ନୂଆ ବସଷ୍ଟାଣ୍ଡ ନିର୍ମାଣ ପାଇଁ କ୍ୟାବିନେଟ୍ ଅନୁମୋଦନ ମିଳିଛି । ଭୁବନେଶ୍ୱରରେ ପ୍ରତିଷ୍ଠା ହେବ ଭିଲେପାର୍ଲେ କେଲାଭଣି ମଣ୍ଡଳ ବିଶ୍ୱବିଦ୍ୟାଳୟ । ସେହିପରି ଚାଷ ହେଉନଥିବା ବିରଳ ପାରମ୍ପରିକ ଫସଲକୁ ନୂଆ କୃଷିନୀତି ଜରିଆରେ ବହୁବିଧ ଫସଲ କାର୍ଯ୍ୟକ୍ରମରେ ସାମିଲ କରାଯିବ । ଏଥିପାଇଁ ରାଜ୍ୟ କାର‌୍ୟ୍ୟକ୍ରମ ବଜେଟରେ ଅର୍ଥ ବ୍ୟୟ ବରାଦ କରାଯିବ । ଏହାସହିତ ଇନ୍ଦ୍ରାବତୀ, ବ୍ରାହ୍ମଣୀ ଓ ଖଇରୀ ନଦୀରେ ଉଠା ଜଳସେଚନ ପ୍ରକଳ୍ପ ପାଇଁ ଆହୁତ ଟେଣ୍ଡରକୁ କ୍ୟାବିନେଟ୍ ଅନୁମୋଦନ କରିଛି । ସେହିପରି ମେ?ସୁମୀ ଅଧିବେଶନ ସତ୍ରାବସାନକୁ ମିଳିଛି କ୍ୟାବିନେଟ୍ ମଞ୍ଜୁରି ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button