ରାଜ୍ୟ

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର – Ibnodisha

[ad_1]

ଭୁବନେଶ୍ବର : ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହ ୨୧ ତାରିଖ ସକାଳବେଳକୁ ଲଘୁଚାପର ରୂପ ନେବାର ସମ୍ଭାବନା ରହିଛି। ପରବର୍ତ୍ତୀ ସମୟରେ ଏହା ଆହୁରି ଘନୀଭୂତ ହୋଇ ୨୩ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଅବପାତରେ ପରିଣତ ହେବ।

ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ବିଶେଷକରି ଗଜପତି, ଗଞ୍ଜାମ, ପୁରୀ, ଜଗତସିଂପୁର, କେନ୍ଦ୍ରାପଡ଼ା ଜିଲାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ଅନ୍ୟ ଉପକୂୂଳୀୟ ଜିଲା, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୋଳ, କନ୍ଧମାଳ, ରାୟଗଡ଼ା, ମାଲକାନଗିରି ଏବଂ କୋରାପୁଟ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ବାକି ଜିଲାରେ ପାଗ ଶୁଖିଲା ରହିବ।

ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ଜିଲାରେ ପଶ୍ଚିମା-ଝଡ଼ ପ୍ରଭାବରେ ବର୍ଷା ସମ୍ଭାବନା ଥିବାବେଳେ ୨୦ରୁ ୨୩ ତାରିଖ ସକାଳ ଯାଏଁ ପାଗ ଶୁଖିଲା ରହିବା ସମ୍ଭାବନା ରହିଛି। ଆଗାମୀ ୪-୫ ଦିନ ଯାଏଁ ସର୍ବାଧିକ ଓ ସର୍ବନିମ୍ନ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ।

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button