ରାଜ୍ୟ

୨୩ରୁ ରାଜ୍ୟରେ ବର୍ଷା ସମ୍ଭାବନା – Ibnodisha

[ad_1]

ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ଓ ସଂଲଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ସଂପୃକ୍ତ ଲଘୁଚାପଟି ୨୨ ତାରିଖ ବେଳକୁ ପଶ୍ଚିମ- କେନ୍ଦ୍ରୀୟ ବଙ୍ଗୋପସାଗରରେ ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ଏହା ପ୍ରଥମେ ୨୨ ତାରିଖ ସକାଳ ପର୍ଯ୍ୟନ୍ତ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରିବା ପରେ ଗତିପଥ ବଦଳାଇ ଧୀରେ ଧୀରେ ଉତ୍ତର-ଉତ୍ତର-ପୂର୍ବ ଦିଗରେ ବାଂଲାଦେଶ ଉପକୂଳ ଆଡ଼କୁ ଗତି କରିପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

ପାଣିପାଗ କେନ୍ଦ୍ର କହିଛି ଯେ ଆସନ୍ତା ୨୩ ଓ ୨୪ ତାରିଖରେ ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବା ବେଳେ କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ ମାଲକାନଗିରି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ୨୪ ଓ ୨୫ ତାରିଖରେ ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ଓ କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ ଜିଲ୍ଲାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଲଘୁଚାପ ଓ ଏହାର ଅଧିକ ତୀବ୍ରତା ପ୍ରଭାବରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରର ଗଭୀର ସମୁଦ୍ର ଅଞ୍ଚଳରେ ୨୨ ତାରିଖରେ ପବନର ବେଗ ଘଣ୍ଟା ପ୍ରତି ୪୫ରୁ ୫୫ କିଲୋମିଟର ଏବଂ ଉତ୍ତର ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିବ ।

ସେହିପରି ୨୪ ତାରିଖରୁ ଓଡ଼ିଶା ଉପକୂଳରେ ପବନର ବେଗ ଘଣ୍ଟା ପ୍ରତି ୪୫ରୁ ୬୫ କିଲୋମିଟର ରହିବ । ଉପରୋକ୍ତ ସମୟ ମଧ୍ୟରେ ଏହି ସବୁ ଅଞ୍ଚଳରେ ସମୁଦ୍ର ଅଶାନ୍ତ ରହିବ । ୨୨ ତାରିଖରୁ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର, ୨୩ ତାରିଖରୁ ପଶ୍ଚିମ କେନ୍ଦ୍ରୀୟ ସଂଲଗ୍ନ ଉତ୍ତର ବଙ୍ଗୋପସାଗର ଓ ଓଡ଼ିଶା ଉପକୂଳକୁ ମତ୍ସ୍ୟଜୀବୀଙ୍କୁ ଗଭୀର ସମୁଦ୍ର ଭିତରକୁ ନଯିବାକୁ ପରାମର୍ଶ ଦିଆଯାଇଛି ।

The post ୨୩ରୁ ରାଜ୍ୟରେ ବର୍ଷା ସମ୍ଭାବନା appeared first on ONA KHABAR.

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button