ରାଜ୍ୟ

ପଶ୍ଚିମବଙ୍ଗ ଆଡ଼କୁ ଯିବ ଅବପାତ, ଉପକୂଳ ଓଡ଼ିଶାରେ ମଧ୍ୟମ ଧରଣର ବର୍ଷା ସମ୍ଭାବନା – Ibnodisha

[ad_1]

ଭୁବନେଶ୍ବର : ଦକ୍ଷିଣ-ପୂର୍ବ ଓ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆହୁରି ଘନୀଭୂତ ହୋଇ ଏକ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଆଗାମୀ ୨୨ ତାରିଖ ସୁଦ୍ଧା ଏହା ଆହୁରି ଘନୀଭୂତ ହୋଇ ଏକ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । ରିପୋର୍ଟ ଅନୁସାରେ ପରବର୍ତ୍ତୀ ୩ ଦିନରେ ଏହା ଆହୁରି ଘନୀଭୂତ ହୋଇ ଏକ ଗଭୀର ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି ଓ ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳ ଅଭିମୁଖେ ଗତି କରିବ । ତେବେ ଏହି ଅବପାତ ବାତ୍ୟା ରୂପ ନେବ କି ନାହିଁ, ସେ ସଂପର୍କରେ ଆଇଏମଡି ପକ୍ଷରୁ କିଛି କୁହାଯାଇନାହିଁ ।

ତେବେ ଏହା ଛୋଟକାଟିଆ ବାତ୍ୟା ରୂପ ନେଇପାରେ ବୋଲି ଘରୋଇ ପାଣିପାଗ ସଂସ୍ଥା ସ୍କାଏମେଟ୍ ପୂର୍ବରୁ ପୂର୍ବାନୁମାନ କରିସାରିଛି । ଏହି ଅବପାତର ପ୍ରଭାବରେ ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ଉପକୂଳ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ବିଶେଷକରି ଉପକୂଳ ଓଡ଼ିଶାର ଜିଲ୍ଲା ଏବଂ ମୟୁରଭଞ୍ଜ, କକନ୍ଦୁଝର, ଅନୁଗୁଳ, କେଙ୍କାନାଳ, କବୌଦ୍ଧ ,କନ୍ଧମାଳ, ରାୟଗଡା, କକାରାପୁଟ ଏବାଂ ମାଲକାନଗିରି ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏହି ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ପ୍ରଭାବରେ ବଙ୍ଗୋପସାଗରରେ ଘଣ୍ଟାପ୍ରତି ୪୫ରୁ ୫୫ କିଲୋମିଟର ବେଗରେ ପବନ ବୋହିବ ଓ ୬୫ କିଲୋମିଟର ବେଗରେ ଝଟକା ଦେବ । ଏଥିପାଇଁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ରକୁ ନଯିବାକୁ ପରାମର୍ଶ ଦିଆଯାଇଛି ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button