ଦେଶ

ଅତି ଭୀଷଣ ବାତ୍ୟା ରୂପ ନେଲା ‘ହାମୁନ’ – Ibnodisha

[ad_1]

ଭୁବନେଶ୍ୱର : ଅତି ଭୀଷଣ ବାତ୍ୟାରେ ପରିଣତ ହୋଇଛି ଭୀଷଣ ବାତ୍ୟା ‘ହାମୁନ’। ଗତ ୬ ଘଣ୍ଟାରେ ଘଣ୍ଟାପ୍ରତି ୨୩ କିମି ବେଗରେ ଗତି କରୁଛି। ବଙ୍ଗୋପସାଗରରେ ପୂର୍ବ-ଉତ୍ତରପୂର୍ବ ଦିଗରେ ଗତି କରୁଛି। ପାରାଦୀପ ଠାରୁ ପୂର୍ବ ଦିଗରେ ୨୯୦ କିମି ଦୂରରେ କେନ୍ଦ୍ରୀଭୂତ ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ପାଣିପାଗ ବିଭାଗ ସୂଚନା ଅନୁସାରେ, ବାତ୍ୟା ‘ହାମୁନ’ ପ୍ରଭାବ ଓଡ଼ିଶାରେ ଉପରେ ପଡ଼ିବ ନାହିଁ। ଏହା ପ୍ରଭାବରେ ଉତ୍ତର ଓଡ଼ିଶା ଉପକୂଳରେ କିଛି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ସେହି ଜିଲ୍ଲା ଗୁଡ଼ିକ ହେଲା ବାଲେଶ୍ୱର, ମୟୂରଭଞ୍ଜ ଓ ଭଦ୍ରକ। ଏହି ଜିଲ୍ଲାର କିଛି କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ଥିବା ବେଳେ ଅବଶିଷ୍ଟ ଉପକୂଳ ଓଡ଼ିଶା, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ ଓ ବୌଦ୍ଧ ଜିଲ୍ଲାର କିଛି କିଛି ସ୍ଥାନରେ ହାଲୁକା ଓ ମଧ୍ୟ ଧରଣରବର୍ଷା ହେବାର ସମ୍ଭାବନା ରହିଛି।ବାତ୍ୟା ‘ହାମୁନ’ କାଲି ମଧ୍ୟାହ୍ନ ସୁଦ୍ଧା ବାଂଲାଦେଶ ଉପକୂଳର ଖେପୁପଡ଼ା-ଚିଟ୍ଟାଗଙ୍ଗ ମଧ୍ୟରେ ସ୍ଥଳଭାଗ ଛୁଇଁବ। ଆଉ ସେତେବଳକୁ ଏହା ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇ ସାରିଥିବ ବୋଲି ଆଇଏମଡ଼ି ପୂର୍ବାନୁମାନ କରିଛି।

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button