ରାଜ୍ୟ

ରାଜଧାନୀରେ ଦିନକୁ ଦିନ ବଢ଼ିବାରେ ଲାଗିଛି ସୁନା ଦର – Ibnodisha

[ad_1]

ଭୁବନେଶ୍ୱର: ଆସୁଛି ଗଜଲକ୍ଷ୍ମୀ ପୂଜା ଆପଣ ସୁନା କିଣିବାକୁ ମନ ବଳାଇଛନ୍ତି କି ନଜର ପକାନ୍ତୁ ଆଜି କେତେ ରହିଛି ସୁନାଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୬, ୫୫୦ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୧,୬୯୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୬,୫୫୦ ଟଙ୍କା ଟଙ୍କା ଓ ୬୧,୬୯୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରବଢିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୬,୫୫୦ ଟଙ୍କା ଓ ୬୧,୬୯୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୬,୭୦୦ ଟଙ୍କା ଓ ୬୧,୮୪୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୬,୭୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୬୧,୯୧୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୬,୫୫୦ ଟଙ୍କା ଓ ୬୧,୬୯୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୪,୬୦୦ଟଙ୍କା ରହିଥିବା ନେଇ ହୋଇଛି।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button