ରାଜ୍ୟ

ମର୍ମନ୍ତୁଦ ସଡକ ଦୁର୍ଘଟଣା: ୧ ମୃତ, ୧ ଗୁରୁତର – Ibnodisha

[ad_1]

ଭୁବନେଶ୍ୱର : ଦ୍ରୁତ ଗତି ନେଲା ଜୀବନ । ଭୁବନେଶ୍ଵର ପୋଖରୀପୁଟ ଅଞ୍ଚଳରେ ଏକ ବାଇକ୍ ଦ୍ରୁତ ଗତିରେ ଆସି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଯାହାଫଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।

ଖବର ଅନୁଯାୟୀ, ବୁଧବାର ବିଳମ୍ବିତ ରାତିରେ ପୋଖରୀପୁଟ ଅଞ୍ଚଳରେ ଏକ ବାଇକ୍ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଯେଉଁଥିରେ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇଥିଲେ। ସେମାନଙ୍କ ମଧ୍ୟରୁ ଜଣେ ଯୁବକ ମୃତ୍ୟୁ ସହ ସଂଗ୍ରାମ କରୁଥିଲେ। ଘଟଣାସ୍ଥଳରେ ଉପସ୍ଥିତ ଥିବା ଲୋକେ କେହିବି ହେଲେ ସହାୟତା ପାଇଁ ଆଗକୁ ଆସିନଥିଲେ । ଯାହାଫଳରେ ଘଟଣାସ୍ଥଳରେ ଯୁବକ ଜଣଙ୍କର ମୃତ୍ୟୁ ହୋଇଥିଲା । ଏବେ ଯାଏଁ ମୃତ ଯୁବକଙ୍କ ପରିଚୟ ମିଳିପାରିନାହିଁ ।

ସେପଟେ ପିସିଆର୍‌ ଗାଡି ଦୁର୍ଘଟଣା ସଂପର୍କରେ ଘଟଣାସ୍ଥଳରେ ପହଞ୍ଚିଥିଲା । ଆଉ ଯୁବକଙ୍କୁ ଉଦ୍ଧାର କରି କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଗୁରୁତର ଯୁବକ ଜଣଙ୍କର ଚିକିତ୍ସା ଜାରି ରହିଛି ।

 

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button