ଦେଶ

ମର୍ମନ୍ତୁଦ ସଡକ ଦୁର୍ଘଟଣା : ସିମେଣ୍ଟ ଟ୍ରକକୁ ଧକ୍କା ଦେଲା ଟାଟା ସୁମୋ; ୧୨ ମୃତ – Ibnodisha

[ad_1]

ବେଙ୍ଗାଲୁରୁ: କର୍ଣ୍ଣାଟକରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ସିମେଣ୍ଟ ଟ୍ରକକୁ ପଛରୁ ଟାଟା ସୁମୋ କାର ଧକ୍କା ଦେବାରୁ ୧୨ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା । ଚିକ୍କାବାଲାପୁରର ଟ୍ରାଫିକ ପୋଲିସ ଷ୍ଟେସନ ନିକଟ ଜାତୀୟ ରାଜପଥରେ ଏହି ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ୩ ଜଣ ଆହତ ହୋଇଥିବା ବେଳେ ଗୁରୁତର ଅବସ୍ଥାରେ ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ମୃତକଙ୍କ ମଧ୍ୟରେ ଶିଶୁ ମଧ୍ୟ ରହିଛନ୍ତି । ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସୂଚନା ଅନୁଯାୟୀ, ଟାଟା ସୁମୋରେ ୧୫ ଜଣ ଲୋକ ଯାତ୍ରା କରୁଥିଲେ । ରାସ୍ତାରେ ଛିଡା ହୋଇଥିବା ସିମେଣ୍ଟ ଟ୍ରକକୁ ପଛରୁ ଧକ୍କା ଦେଇଥିଲା ଟାଟାସୁମୋ । ଫଳରେ ୧୨ ଜଣଙ୍କ ମୃତ୍ୟୁ ହୋଇଛି ଅନ୍ୟ ୩ ଜଣ ଗୁରୁତର ଆହତ ହୋଇଛନ୍ତି ।

ସମସ୍ତ ମୃତକ ଆନ୍ଧ୍ରପ୍ରଦେଶର । ଆନ୍ଧ୍ରପ୍ରଦେଶରୁ ବେଙ୍ଗାଲୁରୁ ଯାଉଥିବା ବେଳେ ଟାଟା ସୁମୋ କାର ୪୪ ନମ୍ବର ଜାତୀୟ ରାଜପଥରେ ଛିଡା ହୋଇଥିବା ସିମେଣ୍ଟ ଟ୍ରକକୁ ଧକ୍କା ଦେଇଥିଲା । ସୂଚନା ଥାଉକି, ଗତ ଅକ୍ଟୋବର ୨୪ ତାରିଖରେ ତାମିଲନାଡୁରେ ସଡକ ଦୁର୍ଘଟଣା ଘଟିଥିଲା । ସରକାରୀ ବସ୍ ଓ ଟାଟା ସୁମୋ କାର ମଧ୍ୟରେ ଦୁର୍ଘଟଣା ଘଟିବାରୁ ୭ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଜଣ ଆହତ ହୋଇଥିଲେ । ଥିରୁବନ୍ନାମଲାଇ ଜିଲ୍ଲା ଅନ୍ତର୍ଗତ ସଙ୍ଗମ-କ୍ରିଷ୍ଣାଗିରି ହାଇୱେରେ ଏହି ଦୁର୍ଘଟଣା ଘଟିଥିଲା । ସମସ୍ତଙ୍କ ଆହତଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଦୁର୍ଘଟଣା ସମୟରେ ଟାଟା ସୁମୋରେ ୧୪ ଜଣ ଯାତ୍ରୀ ରହିଥିଲେ । ସେମାନଙ୍କ ମଧ୍ୟରୁ ୭ ଜଣଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ହୋଇଯାଇଥିବା ବେଳେ ୪ ଜଣ ଗୁରୁତର ହୋଇଥିଲେ ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button