ରାଜ୍ୟ

ଆରପାରିରେ ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକ – Ibnodisha

[ad_1]

ଭୁବନେଶ୍ୱର : ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକଙ୍କର ଆଜି ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ହୋଇଥିଲା। ଦୀର୍ଘ ଦିନ ଧରି ସେ କ୍ୟାନସରରେ ପୀଡ଼ିତ ଥିଲେ।ସେ ବହୁ ଓଡ଼ିଆ ଫିଲ୍ମରେ ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ। ସେ ଏକାଧାରରେ ଜଣେ ସଙ୍ଗୀତକାର, ଗୀତିକାର, ପ୍ରଚ୍ଛଦପଟ୍ଟ ଗାୟକ ଓ ଅଭିନେତା ଥିଲେ। ୧୯୪୭ ମସିହା ଫେବ୍ରୁଆରୀ ୮ ତାରିଖରେ ଜନ୍ମ ହୋଇଥିବା ସ୍ୱରୂପ ୪୦ରୁ ଅଧିକ ଓଡ଼ିଆ ଚଳଚ୍ଚିତ୍ର ପାଇଁ ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ। ସେ ୩୦ଟି ଫିଲ୍ମ ପାଇଁ ଗୀତ ଲେଖିଥିଲେ। ୬ଟି ଫିଲ୍ମରେ ସେ ଅଭିନୟ କରିଛନ୍ତି। ସେହିପରି ୬ଟି ଫିଲ୍ମରେ ଗୀତ ଗାଇ ଥିଲେ।  ୧୯୬୨ ମସିହାରେ ରିଲିଜ ହୋଇଥିବା ‘ଜୟଦେବ’ ଚଳଚ୍ଚିତ୍ରରେ ସେ ଶିଶୁ କଳାକାର ଭାବେ ଅଭିନୟ କରିଥିଲେ। ୧୯୮୪ ମସିହାର ଓଡ଼ିଆ ଚଳଚ୍ଚିତ୍ର ‘ହୀରାଲୀଳା’ରେ ସେ ପ୍ରଥମେ ସଙ୍ଗୀତ ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରିଥିଲେ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button