ରାଜନୀତିରାଜ୍ୟ

ଦେଶରେ ଲୋକ ପ୍ରିୟ ମୁଖ୍ୟମନ୍ତ୍ରୀ ତାଲିକାରେ ଶୀର୍ଷରେ ନବୀନ ପଟ୍ଟନାୟକ

IBN ଓଡିଶା(ବ୍ୟୁରୋ):ଭୁବନେଶ୍ୱର:-
ଦେଶରେ ନବୀନ ପଟ୍ଟନାୟକ ସବୁଠୁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ଦେଶର ୩୧ ମୁଖ୍ୟମନ୍ତ୍ରୀଙ୍କୁ ନେଇ ହୋଇଥିବା ସର୍ଭେରେ ନବୀନ ଲୋକ ପ୍ରିୟତାର ଶୀର୍ଷରେ ରହିଛନ୍ତି। ଏବିପି ନ୍ୟୁଜ୍- ସି ଭୋଟ୍‌ର ପକ୍ଷରୁ ଏହି ସର୍ଭେ କରାଯାଇଛି। ସର୍ଭେରେ ସବୁଠୁ ଭଲ ମୁଖ୍ୟମନ୍ତ୍ରୀଙ୍କ ଗହଣରେ ବିଜେପିର ଜଣେ ହେଲେ ମୁଖ୍ୟମନ୍ତ୍ରୀ ନାହାନ୍ତି।
ସର୍ଭେ ଅନୁଯାୟୀ, ଓଡିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଶର ସବୁଠୁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ଦ୍ଵିତୀୟରେ ଅଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲ। ତୃତୀୟରେ ଅଛନ୍ତି ଆନ୍ଧ୍ର ପ୍ରଦେଶର ମୁଖ୍ୟମନ୍ତ୍ରୀ ଓ୍ଵାଇଏସ ଜଗନମୋହନ ରେଡ୍ଡୀ। ଏହା ପୂର୍ବରୁ ମଧ୍ୟ ଅନେକ ସର୍ଭେରେ ନବୀନ ପଟ୍ଟନାୟକ ଦେଶର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ହେବାର ଉପଲବ୍ଧି ହାସଲ କରି ସାରିଛନ୍ତି।

Related Articles

Leave a Reply

Your email address will not be published. Required fields are marked *

Back to top button