ଦେଶ

ଟ୍ରେନ୍‌ ଦୁର୍ଘଟଣା: ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ…ମୃତକଙ୍କ ପରିବାରକୁ ମିଳିବ ୧୨ ଲକ୍ଷ ଟଙ୍କା – Ibnodisha

[ad_1]

ଆନ୍ଧ୍ର ପ୍ରଦେଶ: ଆନ୍ଧ୍ର ପ୍ରଦେଶ ବିଜୟନଗରମ୍‌ରେ ହୋଇଥିବା ବଡ଼ ଧରଣର ରେଳ ଦୁର୍ଘଟଣାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ପ୍ରମୁଖ ରାଜନେତା ଶୋକ ପ୍ରକାଶ କରିଛନ୍ତି । ଆନ୍ଧ୍ର-ଓଡ଼ିଶା ସୀମାବର୍ତ୍ତୀ କଣ୍ଟାକାପାଲୀ-ଆଲମଣ୍ଡା ଷ୍ଟେସନ ମଧ୍ୟରେ ବିଶାଖାପାଟଣା-ପଲାସା ପାସେଞ୍ଜର ଟ୍ରେନ୍‌କୁ ବିଶାଖାପାଟଣା- ରାୟଗଡା ପାସେଞ୍ଜର ଟ୍ରେନ୍‌ ଧକ୍କା ଦେଇଛି । ଗତକାଲି ରାତିରେ ଏହି ଦୁର୍ଘଟଣା ଘଟିଥିବା ବେଳେ ବର୍ତ୍ତମାନ ସୁଦ୍ଧା ୧୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୫୦ ଜଣ ଆହତ ହୋଇଛନ୍ତି ।

ପ୍ରଧାନମନ୍ତ୍ରୀ ମୋଦି ଘଟଣାକୁ ନେଇ ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି । ଏଥିସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ଗତକାଲି ଟ୍ରେନ୍ ଦୁର୍ଘଟଣା ପରେ ପ୍ରଧାନମନ୍ତ୍ରୀ, ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନମୋହନ ରେଡ୍ଡୀଙ୍କ ସହ କଥା ହୋଇ ସ୍ଥିତିର ସମୀକ୍ଷା କରିଥିଲେ ।ଦୁର୍ଘଟଣାରେ ମୃତାହତଙ୍କ ଲାଗି ପ୍ରଧାନମନ୍ତ୍ରୀ ସହାୟତା ଘୋଷଣା କରିଛନ୍ତି । ମୃତକଙ୍କ ପରିବାର ପିଛା ୨ ଲକ୍ଷ ଟଙ୍କା ଓ ପ୍ରତି ଆହତଙ୍କ ଚିକିତ୍ସା ଲାଗି ୫୦ ହଜାର ଟଙ୍କା ଦେବାକୁ ପିଏମ୍ଓ ପକ୍ଷରୁ ଘୋଷଣା କରାଯାଇଛି । ସେପଟେ ରେଳ ବିଭାଗ ପକ୍ଷରୁ ମୃତକଙ୍କ ପରିବାର ବର୍ଗକୁ ୧୦ ଲକ୍ଷ, ଗୁରୁତର ଆହତଙ୍କୁ ୨ ଲକ୍ଷ ୫୦ ହଜାର ଓ ସାମାନ୍ୟ ଆହତ ବ୍ୟକ୍ତିଙ୍କୁ ୫୦ ହଜାର ଲେଖାଏ ଦେବାକୁ ଘୋଷଣା ହୋଇଛି ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button