ରାଜ୍ୟ

ଆରମ୍ଭ ହେଲା ଇକୋ-ରିଟ୍ରିଟ୍‌‌, ପ୍ରଥମ ପର୍ଯ୍ୟାୟରେ ୪ଟି ସ୍ଥାନରେ ଉପଭୋଗ କରିବେ ପର୍ଯ୍ୟଟକ – Ibnodisha

[ad_1]

ଭୁବନେଶ୍ୱର : ଏ ବର୍ଷର ବହୁପ୍ରତୀକ୍ଷିତ ଇକୋ-ରିଟ୍ରିଟ୍‌ ଗତକାଲି ଠାରୁ ଆରମ୍ଭ ହୋଇଛି। ପ୍ରକୃତି କୋଳରେ ପ୍ରାକୃତିକ ସୌନ୍ଦର୍ଯ୍ୟ ଉପଭୋଗ କରିବେ ପର୍ଯ୍ୟଟକ । ତା ସହ ଜଳ କ୍ରୀଡ଼ାର ନେବେ ମଜା । ସମୁଦ୍ର ବେଳା ବିସ୍ତୀର୍ଣ୍ଣ ବାଲୁକାରେ ଅତ୍ୟାଧୁନିକ କ୍ୟାମ୍ପ ସହ ମିଳିବ ଷ୍ଟାର୍ ହୋଟେଲର ସୁବିଧା । ଏଥର ତିନି ମାସ ଧରି ୭ ଟି ଜାଗାରେ ହେବ ଇକୋ ରିଟ୍ରିଟ୍ । କୋରାପୁଟ, କୋଣାର୍କ, ସାତକୋଶିଆ, ଭିତରକନିକା, ଦାରିଙ୍ଗବାଡ଼ି, ହୀରାକୁଦ ଓ ପାଟୀ ସୋନାପୁର ବେଳାଭୂମିରେ ପର୍ଯ୍ୟଟକ ନିଆରା ଅନୁଭୂତି ସାଉଁଟିବେ । ପ୍ରଥମ ପର୍ଯ୍ୟାୟରେ ହୀରାକୁଦ, ଦାରିଙ୍ଗିବାଡ଼ି, କୋରାପୁଟ ଓ ସାତକୋଶିଆରେ ଇକୋ ରିଟ୍ରିଟ୍‍କୁ ମୁଖ୍ୟମନ୍ତ୍ରୀ ଆଭାସୀ ଜରିଆରେ ଗତକାଲି ଉଦ୍‍ଘାଟନ କରିଥିଲେ । ସେହିଭଳି ଦ୍ୱିତୀୟ ପର୍ଯ୍ୟାୟରେ ଡିସେମ୍ବର ପହିଲାରେ ସୋନାପୁର ଓ ଭିତରକନିକାରେ ଇକୋ ରିଟ୍ରିଟ୍‍ ଆରମ୍ଭ ହେବ । ତୃତୀୟ ପର୍ଯ୍ୟାୟରେ ଡିସେମ୍ବର ୧୫ରୁ କୋଣାର୍କରେ ଇକୋ ରିଟ୍ରିଟ୍‍ର ଶୁଭାରମ୍ଭ ହେବ । ଏଥିପାଇଁ ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ଇକୋ ରିଟ୍ରିଟ୍‍ର ୱେବସାଇଟ୍‍ bookodisha.com ଓ odishaecoretrets.com ବୁକିଂ ଜାରି ରହିଛି । ରାଜ୍ୟ ପର୍ଯ୍ୟଟନ ଶିଳ୍ପର ବିକାଶ ପାଇଁ ସରକାରଙ୍କ ପକ୍ଷରୁ ହୋଇଥିବା ଏ ଉଦ୍ୟମରେ ପର୍ଯ୍ୟଟକମାନଙ୍କ ଲାଗି ସମସ୍ତ ପ୍ରକାରର ସୁବିଧା ଉପଲବ୍ଧ ରହିଛି। ସ୍ୱତନ୍ତ୍ର ଭାବେ ପ୍ରସ୍ତୁତ ହୋଇଥିବା ବିଳାସପୂର୍ଣ୍ଣ କଟେଜ୍‌ରେ ଆରାମଦାୟକ ରହଣୀ ସାଙ୍ଗକୁ ସୁସ୍ୱାଦୁ ଖାଦ୍ୟ, ସାଂସ୍କୃତିକ କାର୍ଯ୍ୟକ୍ରମ ଏବଂ ବିଭିନ୍ନପ୍ରକାର ରୋମାଞ୍ଚକର କାର୍ଯ୍ୟକଳାପର ମଜା ନେଇପାରିବେ ପର୍ଯ୍ୟଟକ। ଏହାସହ ଦେଶବିଦେଶର ପର୍ଯ୍ୟଟକମାନେ ଓଡ଼ିଶାର କଳା, ସଂସ୍କୃତି, ନୃତ୍ୟ, ସଙ୍ଗୀତ ଓ ଖାଦ୍ୟାଭ୍ୟାସକୁ ଅତି ନିକଟରୁ ଜାଣିବାର ସୁଯୋଗ ପାଇବେ। ଟ୍ରେକିଂ, ଜଙ୍ଗଲ ସଫାରୀ ଅଲ୍‌‌ ଟେରେନ୍‌‌ ଭେଇକିଲ୍‌‌(ଏଟିଭି)ରେ ଜଙ୍ଗଲ ଓ ବେଳାଭୂମିରେ ବୁଲିବା, ରାଇଫଲ୍‌‌ ସୁଟିଂ, ଆର୍ଚେରୀ, ବିଚ୍‌‌ ଭଲିବଲ, ଜେଟ୍‌‌ସ୍କି, ବାନାନା ରାଇଡ୍‌‌, ସ୍ପିଡ୍‌‌ ବୋଟ୍‌‌, ପାରାସେଲିଂ, ଇ-ବାଇସାଇକଲ୍‌‌ ଆଦିର ଭରପୂର ମଜା ନେବାର ସୁଯୋଗ ବି ମିଳିବ। କେବଳ ସେତିକି ନୁହେଁ, ଗାଇଡେଡ୍‌‌ ଟୁର୍‌‌ ସହ ଫରେଷ୍ଟ ଓ ନେଚର ଟ୍ରେଲ୍‌‌, ଭିଲେଜ୍‌‌ ୱାକ୍‌‌, ବାଲୁକା କଳା କର୍ମଶାଳା, ସମୁଦ୍ର ଓ ନଦୀଶଯ୍ୟାରେ ଯୋଗ ଏବଂ ଜୁମ୍ୱା କର୍ମଶାଳାକୁ ବି ଉପଭୋଗ କରିପାରିବେ ପର୍ଯ୍ୟଟକ। ରାଜ୍ୟ ପର୍ଯ୍ୟଟନ ଶିଳ୍ପର ବିକାଶ ପାଇଁ ସରକାରଙ୍କ ପକ୍ଷରୁ ହୋଇଥିବା ଏ ଉଦ୍ୟମରେ ପର୍ଯ୍ୟଟକମାନଙ୍କ ଲାଗି ସମସ୍ତ ପ୍ରକାରର ସୁବିଧା ଉପଲବ୍ଧ ରହିଛି ।

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button