ଅପରାଧ

ଲାଞ୍ଚ ନେଇ ଆରଆଇ ଗିରଫ – Ibnodisha

[ad_1]

ମାଲକାନଗିରି : ଲାଞ୍ଚ ବିନା କୌଣସି ସରକାରୀ କାମ ସହଜରେ ହେଉ ନାହିଁ। ଅନେକ ଲାଞ୍ଚୁଆ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡୁଥିବା ବେଳେ ମଧ୍ୟ ଅନ୍ୟମାନେ ଏଥିରୁ କିଛି ଶିଖୁ ନାହାନ୍ତି। ମାଲକାନଗିରି ଜିଲ୍ଲା ମୋଟୁ ରାଜସ୍ବ ନିରୀକ୍ଷକ (ଆରଆଇ) ଗୁରୁବାର ଦିନ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସେ ଜଣେ ବ୍ୟକ୍ତିଙ୍କ ଠାରୁ ୧୫ ହଜାର ଟଙ୍କା ଲାଞ୍ଚ ନେଉ ଥିବା ବେଳେ ଭିଜିଲାନ୍ସ ବିଭାଗର କର୍ମଚାରୀମାନେ ମାଡି ବସିଛନ୍ତି। ଅଭିଯୁକ୍ତ ଆରଆଇ ହେଲେ ସୁରଜ ଚନ୍ଦ୍ର ବାଲା।ସୂଚନା ଅନୁସାରେ ମୋଟୁ ଆରଆଇ ସୂର୍ଯ୍ୟ କୁମାର ବାଲା ଏକ ଜମି ଜବରଦଖଲ ମାମଲାର ସମାଧାନ ପାଇଁ ଅଭିଯୋଗକାରୀ ଘନଶ୍ୟାମ ମହନ୍ତଙ୍କୁ ୨୫ ହଜାର ଟଙ୍କା ମାଗିଥିଲେ। ଆରଆଇ ଶ୍ରୀ ବାଲା ପୂର୍ବରୁ ୧୦ ହଜାର ଟଙ୍କା ନେଇସାରିଥିବା ବେଳେ ଆଜି ବାକି ୧୫ ହଜାର ଟଙ୍କା ନେଉଥିଲେ। ତେବେ ସେ ଲାଞ୍ଚ ଗ୍ରହଣ କରିବାର ଅଳ୍ପ ସମୟରେ ପରେ ଭିଜିଲାନ୍ସ ବିଭାଗର ଅଧିକାରୀ ଓ କର୍ମଚାରୀମାନେ ପୂର୍ବ ଯୋଜନା ଅନୁସାରେ ଅତର୍କିତ ଚଢ଼ଉ କରିଥିଲେ। ଘଟଣାସ୍ଥଳରୁ ନଗଦ ୧୫ ହଜାର ଟଙ୍କା ଜବତ ହୋଇଥିଲା। ଭିଜିଲାନ୍ସ ଟିମ୍‌ ଆରଆଇ ଶ୍ରୀ ବାଲାଙ୍କ ମାଲକାନଗିରି ଥାନା ଅନ୍ତର୍ଗତ ଏମଭି ୪୫ ଗ୍ରାମରେ ଥିବା ଘରେ ମଧ୍ୟ ଚଢ଼ଉ ଜାରି ରଖିଛି।

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button