ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତି ହେବେ ଜଷ୍ଟିସ ଚକ୍ରଧାରୀ ଶରନ ସିଂ – Ibnodisha

[ad_1]
ଭୁବନେଶ୍ୱର: ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ ଚକ୍ରଧାରୀ ଶରନ ସିଂଙ୍କୁ ନିଯୁକ୍ତି ଦେବା ନିମନ୍ତେ ସୁପ୍ରିମକୋର୍ଟ କଲେଜିୟମ ଆଜି ସୁପାରିଶ କରିଛନ୍ତି । ଜଷ୍ଟିସ ଶୁଭାଶୀଷ ତାଳପତ୍ରଙ୍କ ଅବସର ପରେ ଅକ୍ଟୋବର ୩ରୁ ଓଡ଼ିଶା ମୁଖ୍ୟ ବିଚାରପତି ପଦ ଖାଲି ପଡ଼ିଛି । ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ଜଷ୍ଟିସ ସଞ୍ଜୟ କିଶାନ କୌଶଲ ଓ ଜଷ୍ଟିସ ସଞ୍ଜିବ ଖାନ୍ନାଙ୍କୁ ନେଇ ଗଠିତ କଲେଜିୟମ ଆଜି ପାଟନା ହାଇକୋର୍ଟର ବିଚାରପତି ଜଷ୍ଟିସ ଚକ୍ରଧାରୀ ଶରନ ସିଂଙ୍କୁ ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ଦେବା ପାଇଁ ସୁପାରିଶ କରିଛନ୍ତି । ୧୯୬୩ ଜାନୁୟାରୀ ୨୦ତାରିଖରେ ଜନ୍ମିତ ୬୦ବର୍ଷୀୟ ଜଷ୍ଟିସ ଶରନ ସିଂ ଦିଲ୍ଲୀ ବିଶ୍ୱବିଦ୍ୟାଳୟରୁ ଏଲଏଲବି ଡିଗ୍ରୀ ହାସଲ କରିବା ପରେ ୧୯୯୦ ଜାନୁୟାରୀ ମାସରେ ପାଟନା ହାଇକୋର୍ଟରେ ଓକିଲାତି ଆରମ୍ଭ କରିଥିଲେ । ବିହାର ସରକାରଙ୍କ ଅତିରିକ୍ତ ଆଡଭୋକେଟ୍ ଜେନେରାଲ ଭାବେ ସେ ୨୨ବର୍ଷ ଧରି କାର୍ଯ୍ୟ କରିଛନ୍ତି । ୨୦୧୨ ଏପ୍ରିଲ ୫ତାରିଖରେ ସେ ପାଟନା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ପାଇଥିଲେ ।
[ad_2]