ରାଜ୍ୟ

ଫିଲ୍ମ ପ୍ରଯୋଜକ ଟୁଟୁ ନାୟକ ଗିରଫ – Ibnodisha

[ad_1]

ଭୁବନେଶ୍ୱର : ବିବାଦ ବଢ଼ିବାରୁ ଓଡ଼ିଆ ଫିଲ୍ମ ପ୍ରଯୋଜକ ଟୁଟୁ ନାୟକଙ୍କୁ ଗିରଫ କଲା ଭୁବନେଶ୍ୱର କମିଶନରେଟ୍‌ ପୁଲିସ୍‌। ମହିଳା ସାମ୍ୱାଦିକ ଦେବସ୍ମିତା ରାଉତଙ୍କୁ ଅସଦାଚରଣ ଅଭିଯୋଗରେ ତାଙ୍କୁ ପୁଲିସ୍‌ ଗିରଫ କରିଛି। ଏନେଇ ସୂଚନା ଦେଇଛନ୍ତି ଜୋନ୍‌-୧ ଏସିପି ମାନସ ଗଡ଼ନାୟକ। ଶୁକ୍ରବାର ଓଡ଼ିଆ ଫିଲ୍ମ ‘ପ୍ରଥା’ ରିଲିଜ ହୋଇଥିଲା। ଏହି ଫିଲ୍ମର ପ୍ରମିୟର ଶୋ’ ଦେଖିବା ପାଇଁ ସିନେ ଅଭିନେତା, ଅଭିନେତ୍ରୀ, ପ୍ରଯୋଜକ ଓ ଗଣମାଧ୍ୟମ ପ୍ରତିନିଧିଙ୍କୁ ନିମନ୍ତ୍ରଣ କରାଯାଇଥିଲା। ନିମନ୍ତ୍ରଣ ପାଇ ସିନେ ସାମ୍ୱାଦିକ ଦେବସ୍ମିତା ରାଉତ ଯୋଗଦେଇଥିଲେ। ଫିଲ୍ମ ଦେଖିବାର କିଛି ସମୟ ପରେ ବାହାରକୁ ଆସିଥିଲେ। ଗେଟ୍‌ ମଝିରେ ଛିଡ଼ା ହୋଇଥିଲେ। ସେହି ସମୟରେ ଫିଲ୍ମ ପ୍ରଯୋଜକ ଟୁଟୁ ନାୟକ ତାଙ୍କୁ ପ୍ରଥମେ ଠେଲି ଦେଇଥିଲେ। ପରେ ତାଙ୍କ ଗାଲ୍‌କୁ ଚାପୁଡାଏ ମାରିଥିଲେ। ଏନେଇ ଦେମସ୍ମିତା ଖାରବେଳ ନଗର ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତିକରି କମିଶନରେଟ୍‌ ପୁଲିସ୍‌ ଫିଲ୍ମ ହଲ୍‌ରେ ପହଞ୍ଚିଥିଲା। ସିସିଟିଭି ଫୁଟେଜ୍‌ ଯାଞ୍ଚ କରିଥିଲା। ଏହା ଆଜି ଓଡ଼ିଶା ୱିମେନ୍‌ ଆଣ୍ଡ ମିଡ଼ିଆର ପ୍ରତିନିଧି ଦଳ ଭୁବନେଶ୍ୱର ଡିସିପି ପ୍ରତୀକ ସିଂଙ୍କୁ ଭେଟି ଘଟଣାର ନିରପେକ୍ଷ ତଦନ୍ତ କରିବାକୁ ଦାବି କରିଥିଲେ। ସେପଟେ ପ୍ରଯୋଜକ ଟୁଟୁ ନାୟକଙ୍କ ବିରୋଧରେ ନିଜ ଆଡୁ ମାମଲା ରୁଜୁ କଲା ମହିଳା କମିଶନ। ଘଟଣା ନେଇ ପୁଲିସ କମିଶନରଙ୍କୁ ରିପୋର୍ଟ ତଲବ କରାଯାଇଛି। ୧୫ ଦିନ ଭିତରେ ମାମଲାର ତଦନ୍ତ କରି ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ମାମଲା ରୁଜୁ କରାଯାଇଥିବା ନେଇ ସୂଚନା ଦେଲେ ମହିଳା କମିଶନ ଅଧକ୍ଷା ମିନତୀ ବେହେରା।ଏହା ପରେ କମିଶନରେଟ୍‌ ପୁଲିସ୍‌ ତତ୍ପର ହୋଇଛି। ପ୍ରଯୋଜକ ଟୁଟୁ ନାୟକଙ୍କୁ ତାଙ୍କ ଘରୁ ଥାନାକୁ ଉଠାଇ ଆସିଛି ପୁଲିସ। ଖାରବେଳ ନଗର ଥାନାରେ ତାଙ୍କୁ ଘନଘନ ଜେରା କରାଯାଉଛି। ପରେ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରରିଥିବା ଜଣାପଡ଼ିଛି।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button