ରାଜ୍ୟ

ବିବାହର ପ୍ରତିଶ୍ରୁତି ଦେଇ ନାବାଳିକାଙ୍କୁ ଅନ୍ତସତ୍ତ୍ୱା କରିଥିଲେ ଯୁବକ; ଶେଷରେ କ’ଣ ହେଲା ଜାଣନ୍ତୁ…. – Ibnodisha

[ad_1]

କେନ୍ଦୁଝର: କେନ୍ଦୁଝର ଫାଷ୍ଟ୍‌ଟ୍ରାକ୍ କୋର୍ଟ ବିଚାରପତି ବିଜୟ କୁମାର ମିଶ୍ର ଶନିବାର ଜଣେ ନାବାଳିକା ବଳାତ୍କାରୀଙ୍କୁ ୨୦ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିବା ସହିତ ତାଙ୍କୁ ୨୦ ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି । ଜରିମାନା ଅନାଦେୟ ହେଲେ ଅଧିକ ୨ବର୍ଷ ଜେଲ୍‌ଦଣ୍ଡ ଭୋଗିବାକୁ ପଡ଼ିବ ବୋଲି ରାୟ ଶୁଣାଇଛନ୍ତି । ସୂଚନା ଅନୁଯାୟୀ, ବାଂଶପାଳ ବ୍ଲକ ଅଞ୍ଚଳର ଜଣେ ନାବାଳିକାଙ୍କୁ ତେଲକୋଇ ଥାନା ଖୁଣ୍ଟାପଡ଼ା ଗ୍ରାମର ଅଭିଯୁକ୍ତ ହାପି ଓରଫ ପ୍ରଶାନ୍ତ ସେଠୀ ବିବାହର ମିଥ୍ୟା ପ୍ରତିଶ୍ରୁତି ଦେଇ ବଳାତ୍କାର କରି ଅନ୍ତସତ୍ତ୍ୱା କରିଥିଲେ ଏବଂ ଏହି ଘଟଣା କାହାରିକୁ କହିଲେ ଜୀବନରେ ମାରିଦେବାକୁ ଧମକ ଦେଇଥିଲେ ।

ଉକ୍ତ ଘଟଣାକୁ ନେଇ ପୀଡ଼ିତା ସଦର ଥାନାରେ ଲିଖିତ ଅଭିଯୋଗ କରିବା ପରେ ଏକ ମାମଲା ରୁଜୁ ହୋଇ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଥିଲା । ଏହି ମାମଲାରେ ୧୯ ଜଣ ସାକ୍ଷୀଙ୍କ ବୟାନ ଏବଂ ପୋଲିସ ତଦନ୍ତ ରିପୋର୍ଟକୁ ଭିତ୍ତି କରି ଫାଷ୍ଟଟ୍ରାକ୍‌? କୋର୍ଟର ବିଚାରପତି ବିଜୟ କୁମାର ମିଶ୍ର ଅଭିଯୁକ୍ତଙ୍କୁ ଆଜି ୨୦ ବର୍ଷ ସଶ୍ରମ କାରାଦଣ୍ଡ ଏବଂ ୨୦ ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି । ଜରିମାନା ଅନାଦେୟ ଅଧିକ ୨ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି । ପୀଡ଼ିତାଙ୍କୁ ଅନୁକମ୍ପାମୂଳକ ୭ ଲକ୍ଷ ଟଙ୍କା ଦେବାକୁ ଆଦେଶ କରିଛନ୍ତି । ପୀଡ଼ିତାଙ୍କ ପକ୍ଷରୁ ସ୍ୱତନ୍ତ୍ର ପବ୍ଲିକ୍ ପ୍ରସିକ୍ୟୁଟର ଜ୍ଞାନେନ୍ଦ୍ର ନାଥ ଜେନା ମାମଲା ପରିଚାଳନା କରୁଥିଲେ ।

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button