ଆତଙ୍କ ଖେଳାଉଛି ଭାଲୁ – Ibnodisha
[ad_1]
ନବରଙ୍ଗପୁର: ନବରଙ୍ଗପୁର ବ୍ଲକ ଭତରାସିଉନି ଗ୍ରାମରେ ଏବେ ଭାଲୁ ଆତଙ୍କ ଦେଖାଦେଇଛି । ସପ୍ତାହ ହେବ ଭାଲୁ ଗାଁ ଭିତରେ ଆସିବା ସହ ଘରେ ଘରେ ପଶୁଛି। ପୂରା ଅଞ୍ଚଳରେ ଭାଲୁକୁ ନେଇ ଭୟର ବାତାବରଣ । ଯାହାକୁ ନେଇଁ ଗ୍ରାମବାସୀ ଭୟଭୀତ ଥିବା ଦେଖିବାକୁ ମିଳିଛି । ଗତ ୪ ଦିନ ପୂର୍ବେ ଗ୍ରାମର ମନ ମାଝିଙ୍କ ଗୋଟିଏ ମେଣ୍ଢାକୁ ଭାଲୁ ମାରିଦେଇଥିବା ଗ୍ରାମବାସୀ ଅଭିଯୋଗ ଆଣିଛନ୍ତି । ପ୍ରତିଦିନ ପ୍ରାୟ ୪ଟି ଭାଲୁ ରାତିରେ ଗାଁ ଭିତରେ ପ୍ରବେଶ କରୁଥିବା ବେଳେ ସକାଳ ଯାଏଁ ରହୁଛନ୍ତି ।
ନବରଙ୍ଗପୁର ସହରର ମଧ୍ୟ ଭାଗରେ ଥିବା ମିଶନ କମ୍ପାଉଣ୍ଡରେ ମଧ୍ୟ ଭାଲୁ ବୁଲୁଥିବାର ଭିଡିଓ ସାମ୍ନାକୁ ଆସିଛି । ଯାହାକୁ ନେଇଁ ଲୋକେ ଭୟଭୀତ ରହିଛନ୍ତି । ଦିନକୁ ଦିନ ଜଙ୍ଗଲ କ୍ଷୟ, ଜଙ୍ଗଲରେ ନିଆଁ ଓ ଖାଦ୍ୟ ସଂଗ୍ରହ ପାଇଁ ବନ୍ୟଜନ୍ତୁ ଗାଁ ମୁହାଁ ହେଉଥିବା ଦେଖିବାକୁ ମିଳୁଛି ।
ଅନ୍ୟପଟେ ଭାଲୁର ଅବସ୍ଥିତିକୁ ନେଇଁ ଗ୍ରାମବାସୀ ବାରମ୍ବାର ନବରଙ୍ଗପୁର ବନବିଭାଗକୁ ଜଣାଉଥିଲେ ମଧ୍ୟ ବନବିଭାଗ ଉଚିତ ପଦକ୍ଷେପ ନନେଇ କେବଳ ଗାଁକୁ ଯାଇ ଗ୍ରାମବାସୀଙ୍କୁ ସତର୍କ ରହିବାକୁ ସଚେତନତା କରି ଚାଲିଯାଉଥିବା ଗ୍ରାମବାସୀ ଅଭିଯୋଗ ଆଣିଛନ୍ତି । ଯାହାକୁ ନେଇଁ ଭବିଷ୍ୟତରେ ଭାଲୁ କିମ୍ବା ମଣିଷର ଜୀବନହାନୀ ହୋଇପାରେ ବୋଲି ଗ୍ରାମବାସୀ କହିଛନ୍ତି l ଆଉ ଏଥିପାଇଁ କେବଳ ବନ ବିଭାଗ ହିଁ ଦାୟୀ ରହିବ ବୋଲି ଚେତାବନୀ ମଧ୍ୟ ଦେଇଛନ୍ତି । ଫଳରେ ବନବିଭାଗ ତୁରନ୍ତ ଭାଲୁକୁ ଉଦ୍ଧାର କରି ଜଙ୍ଗଲରେ ଛାଡିବାକୁ ଗ୍ରାମବାସୀ ଦାବି କରିଛନ୍ତି ।
[ad_2]