ରାଜ୍ୟ

ମହେଶ୍ବର ମହାନ୍ତିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ – Ibnodisha

[ad_1]

ଭୁବନେଶ୍ଵର: ପୂର୍ବତନ ବାଚସ୍ପତି ମହେଶ୍ବର ମହାନ୍ତିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି।ଏକ ବାର୍ତ୍ତା ରେ ସେ କହିଛନ୍ତି ଯେ ମହେଶ୍ବର ମହାନ୍ତି ଜଣେ ଲୋକ ପ୍ରିୟ ଜନ ନେତା ଭାବରେ ସୁନାମ ଅର୍ଜନ କରିଥିଲେ। ଜଣେ ଦକ୍ଷ ସଂଗଠକ ଭାବରେ ତଙ୍କର ସୁନାମ ଥିଲା। ମନ୍ତ୍ରୀ ତଥା ବିଧାୟକ ଭାବେ ରାଜ୍ୟର ବିକାଶରେ ସେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେଇଥିଲେ। ବିଶେଷକରି ପୁରୀ ଅଞ୍ଚଳର ବିକାଶରେ ତାଙ୍କର ଭୂମିକା ତାଙ୍କୁ ଅମର କରି ରଖିବ । ବାଚସ୍ପତି ଭାବରେ ଉଚ୍ଚ ଗଣତାନ୍ତ୍ରିକ, ସଂସଦୀୟ ପରମ୍ପରା ପ୍ରତିଷ୍ଠା ପାଇଁ ନିଜର ଅବଦାନ ରଖି ଯାଇଛନ୍ତି। ତାଙ୍କ ବିୟୋଗ ଓଡିଶା ପାଇଁ ଏକ ବଡ କ୍ଷତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ପରଲୋକ ଗତ ଆତ୍ମାର ସଦଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ଗଭୀର ସମ ବେଦନା ପ୍ରକାଶ କରିଛନ୍ତି।

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button