ରାଜ୍ୟ

5T, ନବୀନ ଓଡ଼ିଶା ଅଧ୍ୟକ୍ଷ ଶ୍ରୀ ପାଣ୍ଡିଆନଙ୍କ ସମଲେଇ ପ୍ରକଳ୍ପ ସମୀକ୍ଷା – Ibnodisha

[ad_1]

ଭୋର୍ ୪ଟାରୁ ୬ ଟା ପର୍ଯ୍ୟନ୍ତ ପ୍ରକଳ୍ପ ସ୍ଥଳ ବୁଲି କାମ ଦେଖିଲେ

ଡିସେମ୍ବର ୩୧ ସୁଦ୍ଧା ପ୍ରକଳ୍ପ କାମ ସମ୍ପୂର୍ଣ୍ଣ କରିବାକୁ ନିର୍ଦ୍ଦେଶ

ଅଧିକ ମେସିନ ଓ ମାନବ ସମ୍ବଳ ବ୍ୟବହାର କରି କାମ ତ୍ୱରାନ୍ୱିତ କରିବାକୁ ନିର୍ଦ୍ଦେଶ

ଭକ୍ତ ମାନଙ୍କ ସୁବିଧା ଉପରେ ଗୁରୁତ୍ବ,
ଯାତ୍ରୀ ମାନେ ଯେପରି ଏକ ସୁନ୍ଦର ଆଧ୍ୟାତ୍ମିକ ଅନୁଭବ ନେଇ ଫେରିବେ ସେଥି ପ୍ରତି ଦୃଷ୍ଟି ଦେବାକୁ ଦେବାକୁ ପରାମର୍ଶ

୧୦ ଦିନ ମଧ୍ୟରେ ବାକି ଥିବା ସବୁ ଷ୍ଟ୍ରକଚର ସଫା କରି କାମ ଆରମ୍ଭ କର

ଭୁବନେଶ୍ଵର : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକଙ୍କ ନିର୍ଦ୍ଦେଶରେ 5T ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଶ୍ରୀ ଭି କେ ପାଣ୍ଡିଆନ ଆଜି ସକାଳେ ସମ୍ବଲପୁରରେ ସମଲେଇ ପ୍ରକଳ୍ପର ସମୀକ୍ଷା କରି ଅଧିକ ମେସିନ ଓ ଲୋକ ବ୍ୟବହାର କରି କାମ ଆଗେଇ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି।

ପ୍ରଥମେ ସେ ମା ସମଲେଇଙ୍କ ପୂଜା ଅର୍ଚ୍ଚନା କରି ଭୋର୍ ୪ ଟା ରୁ ୬ ଟା ପର୍ଯ୍ୟନ୍ତ ପ୍ରକଳ୍ପ ସ୍ଥଳ ବୁଲି କାମର ଅଗ୍ରଗତି ସମୀକ୍ଷା କରିଥିଲେ।

ସମୀକ୍ଷା ରେ ଭକ୍ତ ମାନଙ୍କ ପାଇଁ ସବୁ ସୁବିଧାର ବ୍ୟବସ୍ଥା ଉପରେ ଗୁରୁତ୍ବ ଦେବାକୁ ସେ ପରାମର୍ଶ ଦେଇଥିଲେ। ଯାତ୍ରୀ ମାନେ ଯେପରି ଏକ ସୁନ୍ଦର ଆଧ୍ୟାତ୍ମିକ ଅନୁଭବ ନେଇ ଫେରିବେ ତାକୁ ଆଖିରେ ରଖି ସବୁ କାମ କରିବାକୁ ସେ ପରାମର୍ଶ ଦେଇଥିଲେ। ଯାତ୍ରୀଙ୍କ ସୁବିଧା ପାଇଁ first aid ଓ ଅନ୍ୟ ମେଡିକାଲ ସେବାର ସୁବିଧା ରଖିବାକୁ ମଧ୍ୟ ସେ କହିଥିଲେ।

ପ୍ରକଳ୍ପର ଗୁରୁତ୍ୱପୂର୍ଣ୍ଣ ଅଂଶ ଗୁଡ଼ିକୁ ଜଲଦି ଆଗେଇ ନେବା ପାଇଁ ଅଧିକ ମେସିନ ଓ ମାନବ ସମ୍ବଳ ବ୍ୟବହାର କରି ଫୁଟ ଓଭର ବ୍ରିଜ, ମନ୍ଦିର ଭିତର ବିଭିନ୍ନ କାମ, ଲ୍ୟାମ୍ପ ରୁମ୍, ଐତିହ୍ୟ କରିଡ଼ର, ପୁଷ୍କରିଣୀ ସ୍ଥଳ, ପାର୍କିଂ କାମ ଶୀଘ୍ର ସାରିବାକୁ
ସେ ପରାମର୍ଶ ଦେଇଥିଲେ।

ବାକି ରହି ଯାଇଥିବା ବିଭିନ୍ନ ଷ୍ଟ୍ରକଚରକୁ ୧୦ ଦିନ ମଧ୍ୟରେ ସଫା କରି କାମ ଆରମ୍ଭ କରିବାକୁ ନିର୍ଦ୍ଦେଶ ଦେଇଥିଲେ।

ଐତିହ୍ୟ କରିଡ଼ର ଓ ମନ୍ଦିର ଚାରି ପାଖେ khandalite ପଥର ବିଛେଇବା କାମକୁ ଶୀଘ୍ର ସରିବା, ସୌନ୍ଦର୍ଯ୍ୟ କରଣ ପାଇଁ ସ୍ଥାନୀୟ ବୃକ୍ଷ ଲତାର ବ୍ୟବହାର ଓ ସ୍ଥାନୀୟ ସଂସ୍କୃତିକୁ ଗୁରୁତ୍ଵ ଦେବା ପାଇଁ ସେ ପରାମର୍ଶ ଦେଇଥିଲେ।

ମନ୍ଦିର ଭିତରେ ନିର୍ମାଣ ହେଉଥିବା ବିଭିନ୍ନ କାମ, କ୍ଲକ୍ ଟାୱାର, ଓ ଲାମ୍ପ ରୁମ୍ କାମର ସୋନ୍ଦର୍ଯ୍ୟ କରଣ ଉପରେ ଶ୍ରୀ ପଣ୍ଡିଆନ ଗୁରୁତ୍ଵ ଦେଇଥିଲେ।

ଦୁଇ ନମ୍ବର ଐତିହ୍ୟ ଗେଟ, ପାର୍କିଂ,
ଐତିହ୍ୟ କରିଡ଼ର ର ବାହାର ପଟରେ କୋବଲ ପଥର ବିଛାଇବା କାମ ଜଲଦି ସରିବା ପାଇଁ ସେ ନିର୍ଦ୍ଦେଶ ଦେଇଥିଲେ। ଏହା ସହିତ ପାନୀୟ ଜଳ ସୁବିଧା, ଟଏଲେଟ୍, CCTV, ଓ ଆଲୋକିକରଣ କାମ ମଧ୍ୟ ତୁରନ୍ତ ସାରିବାକୁ ପରାମର୍ଶ ଦେଇଥିଲେ।

River Front ସୌନ୍ଦର୍ଯ୍ୟ କରଣ ଓ ବିକାଶ କାମକୁ precast mould ବ୍ୟବହାର କରି ଅଧିକ ଲୋକ ଲଗାଇ କାମ ତ୍ୱରାନ୍ୱିତ କରିବାକୁ ସେ ପରାମର୍ଶ ଦେଇଥିଲେ।

ଏହି ସମୀକ୍ଷା ରେ ପୂର୍ତ୍ତ ବିଭାଗ ପ୍ରମୁଖ ସଚିବ, RDC, ଜିଲ୍ଲପାଳ, ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

କରାଯାଉଥିବା ବିଭିନ୍ନ ସପରାମର୍ଶ ଦେଇଥିଲେ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button