ଅପରାଧ

ଷଷ୍ଠ ଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍କର୍ମ – Ibnodisha

[ad_1]

ଭୁବନେଶ୍ୱର: ଶିକ୍ଷା ମନ୍ଦିରରେ ଲଜ୍ଜା ! ଜଣେ ଷଷ୍ଠ ଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍କର୍ମ ହୋଇଥିବା ଅଭିଯୋଗ ହୋଇଛି । ଦୁଷ୍କର୍ମ ଅଭିଯୋଗରେ ପ୍ରଧାନଶିକ୍ଷକଙ୍କ ସମେତ ଦୁଇ ଶିକ୍ଷକଙ୍କୁ ଥାନାରେ ଅଟକ ରଖିଛି ପୋଲିସ ।ଏପରି ଏକ ଅଭିଯୋଗ ଆସିଛି ନବରଙ୍ଗପୁର ଜିଲ୍ଲା ରାଇଘର ବ୍ଲକ୍ କୁନ୍ଦେଇ ଥାନା ଅଂଚଳରୁ ।

ଏକ ଆଶ୍ରମ ସ୍କୁଲର ଷଷ୍ଠ ଶ୍ରେଣୀ ଛାତ୍ରୀଙ୍କୁ ଗତ ୭ ତାରିଖ ଦିନ ପ୍ରଧାନ ଶିକ୍ଷକ ସଚିତ୍ରନନ୍ଦନ ବିଶ୍ୱାସ ଏବଂ ସହକାରୀ ଶିକ୍ଷକ କେଶବ ମାଝୀ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି ।ଏନେଇ ସଂପୃକ୍ତ ଛାତ୍ରୀଙ୍କ ବାପା କୁନ୍ଦେଇ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି ।

ଅଭିଯୋଗ ପରେ ଛାତ୍ରୀଙ୍କୁ ଚିକିତ୍ସା ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି ।ଅଭିଯୋଗ ପରେ ଦୁଇ ଶିକ୍ଷକଙ୍କୁ ଥାନାରେ ଅଟକ ରଖି ପଚରା ଉଚରା ଚଳାଇଥିବା କହିଛନ୍ତି କୁନ୍ଦେଇ ଥାନା ଅଧିକାରୀ । ତେବେ ଅଭିଯୋଗ ନେଇ ସଂପୃକ୍ତ ପ୍ରଧାନଶିକ୍ଷକ ଏବଂ ଶିକ୍ଷକଙ୍କ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନି ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button