ଅପରାଧ

କ୍ରିପ୍ଟୋ ପୁଞ୍ଜି ନିବେଶରେ ଠକେଇ ମାମଲା – Ibnodisha

[ad_1]

ଝାରଖଣ୍ଡ : କ୍ରିପ୍ଟୋ ପୁଞ୍ଜି ନିବେଶରେ ଠକେଇ ମାମଲାରେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧଶାଖା (ଇଓଡବ୍ଲୁ) ଏସଟିଏ ଇଣ୍ଡିଆର ଝାରଖଣ୍ଡ ମୁଖ୍ୟ ତଥା ପ୍ରତିଷ୍ଠାତା ସଦସ୍ୟ ସୁଶୀଲ କୁମାର ଟୁଡୁକୁ ଗିରଫ କରିଛି। ତାକୁ ନିରସା ଥାନା ଅଞ୍ଚଳରୁ ଗିରଫ କରାଯାଇଛି। ଅଭିଯୁକ୍ତ ସୁଶୀଲ ଝାରଖଣ୍ଡର ଧନବାଦ ଜିଲ୍ଲାର ଅଧିବାସୀଅଟନ୍ତି। ତାକୁ ଗିରଫ କରାଯିବା ପରେ ଧାନବାଦର ଜେଏମଏଫସି କୋର୍ଟରେ ହାଜର କରାଯାଇଥିଲା। ସେଠାରୁ ତାଙ୍କୁ ୩ ଦିନିଆ ଟ୍ରାଞ୍ଜିଟ୍ ରିମାଣ୍ଡରେ ଓଡିଶା ଅଣାଯାଇଛି। ସୁଶୀଲ କୁମାର ଟୁଡୁଙ୍କ ବ୍ୟାଙ୍କ ଖାତାରେ ଥିବା ୧୫.୫୩ ଲକ୍ଷଟଙ୍କାକୁ ଫ୍ରିଜ୍ କରାଯାଇଛି। ସୂଚନାଯୋଗ୍ୟ ଯେ ଦେଶରୁ ପ୍ରାୟ ହଜାରେ କୋଟି ଟଙ୍କା ଠକେଇ କରିଥିବା ଏହି ରାକେଟର ଭାରତ ମୁଖ୍ୟ ଗୁରୁତେଜ ସିଂ ସିଦ୍ଧୁକୁ ପୂର୍ବରୁ ଇଓଡବ୍ଲୁ ଟିମ୍ ରାଜସ୍ଥାନର ଗଙ୍ଗାନଗରରୁ ଗିରଫ କରିଥିବାବେଳେ ପୂର୍ବରୁ ସଂସ୍ଥାର ଓଡ଼ିଶା ମୁଖ୍ୟ ଭଦ୍ରକର ନିରୋଦ ଦାସକୁ ଗିରଫ କରାଯାଇଥିଲା। ସୋସିଆଲ ମିଡିଆ ମୁଖ୍ୟ ରତ୍ନାକର ପଲେଇକୁ ବି ଗିରଫ କରାଯାଇଥିଲା। ତେବେ ସଂସ୍ଥାର ମୁଖ୍ୟ ହଙ୍ଗେରିର ଡେଭିଡ୍ ଗେଜ୍ ଏବେ ବି ଇଓଡବ୍ଲୁ ଠାରୁ ଅପହଞ୍ଚ ହୋଇ ରହିଛି।କ୍ରିପ୍ଟୋ ପୁଞ୍ଜି ନିବେଶ ନାଁରେ ହଜାର କୋଟିରୁ ଉର୍ଦ୍ଧ୍ବ ଠକେଇ ମାମଲାରେ ସଂସ୍ଥାର ଅନ୍ତର୍ଜାତୀୟ ମୁଖ୍ୟ ଡେଭିଡ ଗେଜଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ। ତାଙ୍କ ବିରୋଧରେ ଲୁକ ଆଉଟ ସରକୁରାଲ ଜାରି ହୋଇଛି। ଡେଭିଡ ବିରୋଧରେ ଲୁକ ଆଉଟ ସରକୁରାଲ ଜାରି କରିଛି ବ୍ୟୁରୋ ଅଫ ଇମିଗ୍ରେସନ। ଏସଟିଏ ଟୋକେନ୍ ସଂସ୍ଥା କ୍ରିପ୍ଟୋ ପୁଞ୍ଜି ନିବେଶ ନାଁରେ ଲୋକଙ୍କୁ ଠକୁଥିଲା ବୋଲି ଜଣାପଡ଼ିବା ପରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏହି ସଂସ୍ଥା ମୁଖ୍ୟତଃ ୟୁରୋପର ଆଇସ୍ଲ୍ୟାଣ୍ଡରୁ ପରିଚାଳତ ହେଉଥିଲା, ଏହାର ମୁଖ୍ୟ ଡେଭିଡ୍ ଗେଜ୍ ବିଭିନ୍ନ ସମୟରେ ଭାରତକୁ ଆସି ଓଡ଼ିଶା ସମେତ ବିଭିନ୍ନ ରାଜ୍ୟ ବୁଲି ରାତାରାତି ଧନୀ ହେବାର ସ୍ବପ୍ନ ଦେଖାଇ ଲୋକଙ୍କୁ ସଦସ୍ୟ ହେବାକୁ ପ୍ରବର୍ତ୍ତାଉଥିଲେ। ତେଣୁ ମାମଲାର ବିଦେଶ ଲିଙ୍କ୍ ନେଇ ମଧ୍ୟ ତଦନ୍ତ ହେଉଛି।

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button