ରାଜ୍ୟ

ଆସନ୍ତାକାଲି ଠାରୁ ରାଜ୍ୟରେ ପୁଣି ବର୍ଷା – Ibnodisha

[ad_1]

ଭୁବନେଶ୍ୱର: ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି । ଏହି ଲଘୁଚାପ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବାର ସହ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଅବପାତର ରୂପ ନେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ତେବେଏହାର ପ୍ରଭାବରେ ଆସନ୍ତାକାଲି ଠାରୁ ରାଜ୍ୟରେ ପୁଣି ବର୍ଷାର ସମ୍ଭାବନା ରହିଛି । ୧୫ ଓ ୧୬ ତାରିଖରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ହାଲୁକା ବର୍ଷାର ସମ୍ଭାବନା ରହିଛି । ୧୬ ତାରଖ ଠାରୁ ରାଜ୍ୟରେ ବର୍ଷାର ବିସ୍ତୃତି ବଢ଼ିବା ସହ ୧୭ ଓ ୧୮ ତାରଖରେ ରାଜ୍ୟର ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ମଧ୍ୟମରୁ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳରେ ଘଣ୍ଟାପ୍ରତି ୫୫ରୁ ୬୦ କିମି ବେଗରେ ପବନ ବହିବ । ତେଣୁ ଏହାକୁ ଦୃଷ୍ଟିରେ ରଖି ଆଜି ଠାରୁ ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ଗଭୀର ସମୁଦ୍ର ମଧ୍ୟକୁ ନଯିବା ପାଇଁ ଧୀବରମାନଙ୍କୁ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି ।

ପାଣିପାଗ ବିଜ୍ଞାନୀ ଉମା ଶଙ୍କର ଦାସ କହିଛନ୍ତି ଯେ ୧୫ ତାରିଖରେ ମାଲକାନଗିରି, କୋରାପୁଟ, ଗଞ୍ଜାମ, ଗଜପତି, ରାୟଗଡ଼ା, ଜଗତସିଂହପୁର ଓ ପୁରୀ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ୧୬ ତାରିଖରେ ବର୍ଷାର ମାତ୍ରା ସର୍ବାଧିକ ରହିବ । ୧୬ ତାରିଖରେ ୩ ଜିଲ୍ଲା- ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଭଦ୍ରକରେ ପ୍ରବଳରୁ ଅତି ପ୍ରବଳ (୭ରୁ ୨୦ ସେଣ୍ଟିମିଟର) ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ପାର୍ଶ୍ୱବର୍ତ୍ତୀ ଜିଲ୍ଲା- କଟକ, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଯାଜପୁର, ବାଲେଶ୍ୱର ଓ ଢେଙ୍କାନାଳ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା (୭ରୁ ୧୧ ସେଣ୍ଟିମିଟର) ହେବାର ସମ୍ଭାବନା ରହିଛି । ୧୭ ତାରିଖରେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ମୟୂରଭଞ୍ଜ, କେନ୍ଦୁଝର ଓ ଯାଜପୁର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ (୭ରୁ ୧୧ସେଣ୍ଟିମିଟର) ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ଏସବୁ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣି ଜାରି କରାଯାଇଛି ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button