ରାଜ୍ୟ

ପୂର୍ବତନ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କୁ ମିଳିଲା ନୂଆ ଦାୟିତ୍ୱ – Ibnodisha

[ad_1]

ଭୁବନେଶ୍ୱର: ରାଜ୍ୟର ପୂର୍ବତନ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କୁ ମିଳିଛି ନୂଆ ଦାୟିତ୍ୱ । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ପରାମର୍ଶଦାତା ଭାବେ ନିଯୁକ୍ତି ପାଇଛନ୍ତି ସୁରେଶ । ଏଥିସହିତ ସୁରେଶଙ୍କୁ ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ (ଓଇଆରସି) ଅଧ୍ୟକ୍ଷ ପଦରୁ ଅବ୍ୟାହତି ଦିଆଯାଇଛି । ସେହିପରି ସିଏମଓ ମୁଖ୍ୟ ପରାମର୍ଶଦାତା ଅତିରିକ୍ତ ଦାୟିତ୍ୱରୁ ଆର. ବାଲକ୍ରିଷ୍ଣନଙ୍କୁ ମୁକ୍ତି ଦିଆଯାଇଛଛି ।

ତେବେ ଶ୍ରୀ ବାଲକ୍ରିଷ୍ଣନ ସ୍ପେଶାଲ ଇନିସିଏଟିଭ୍ ମୁଖ୍ୟ ପରାମର୍ଶଦାତା ଦାୟିତ୍ୱରେ ରହିବେ । ସେହିପରି ପଶ୍ଚିମ ଓଡ଼ିଶା ବିକାଶ ପରିଷଦ (ଡବ୍ଲ୍ୟୁଡିସି) ଅଧ୍ୟକ୍ଷ ଅସିତ ତ୍ରିପାଠୀଙ୍କୁ ମଧ୍ୟ ଅତିରିକ୍ତ ଦାୟିତ୍ୱରୁ ଅବ୍ୟାହତି ଦିଆଯାଇଥିବା ଜଣାପଡ଼ିଛି । ଗତ ଫେବୃଆରୀ ମାସ ୨୮ ତାରିଖରେ ରାଜ୍ୟର ମୁଖ୍ୟ ଶାସନ ସଚିବ ପଦରୁ ଶ୍ରୀ ମହାପାତ୍ର ଅବସର ନେଇଥିଲେ । ତାଙ୍କ ସ୍ଥାନରେ ପ୍ରଦୀପ ଜେନା ରାଜ୍ୟର ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ ହୋଇଥିଲେ । ମୁଖ୍ୟ ଶାସନ ସଚିବ ପଦରୁ ଅବସର ପରେ ଶ୍ରୀ ମହାପାତ୍ର ଓଇଆରସି ଅଧ୍ୟକ୍ଷ ଭାବେ ନିଯୁକ୍ତି ପାଇଥିଲେ ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button