୧୫୦ ଲିଟର ଦେଶୀ ମଦ ସହିତ ମୋଟର ସାଇକେଲ ଜବତ । ୦୩ ଗିରଫ ।

IBN ଓଡିଶା
(Report by:
sitakanta parhi:ଭଦ୍ରକ: ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ତିହିଡ଼ି ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ଶ୍ରୀବ୍ରଜମୋହନ ମଲିକ ଓ ଷ୍ଟାଫମାନଙ୍କୁ ନେଇ ଗଠିତ ଏକ ସ୍ୱତନ୍ତ୍ର ଟିମ ଦ୍ଵାରା ତିହିଡ଼ି ଥାନା ଅନ୍ତର୍ଗତ ହାଟୁଆରୀ ଗ୍ରାମ ଅଞ୍ଚଳରେ ଚଢାଉ କରାଯାଇ ଗୋଟିଏ ହିରୋ ଗ୍ଲେମୋର ମୋଟର ସାଇକେଲରୁ ୧୦୦ ଲିଟର ଦେଶୀ ରନ୍ଧା ମଦ ଜବତ କରିବା ସହିତ ଏଥିରେ ସଂପୃକ୍ତ ତିହିଡ଼ି ଥାନା ଅନ୍ତର୍ଗତ ହାଟୁଆରୀ ଗ୍ରାମର ମାଧବାନନ୍ଦ ମଳିକଙ୍କୁ ଗିରଫ କରାଯାଇଥିବା ବେଳେ ଅନ୍ୟ ଜଣେ ଘଟଣା ସ୍ଥଳରୁ ଫେରାର ହୋଇଯାଇଛି । ସେହିପରି ତିହିଡ଼ି ଥାନା ଅନ୍ତର୍ଗତ ଭାଟପଡ଼ା ଓ ବଉଳପାଳ ଗ୍ରାମରେ ଚଢାଉ କରାଯାଇ ୫୦ ଲିଟର ଦେଶୀ ରନ୍ଧା ମଦ ଜବତ କରିବା ସହିତ ଏଥିରେ ସଂପୃକ୍ତ ତିହିଡ଼ି ଥାନା ଅନ୍ତର୍ଗତ ଭାଟପଡ଼ା ଗ୍ରାମର ଶ୍ରୀକୁମାର ଦାସ ଓ ବଉଳପାଳ ଗ୍ରାମର ସୁରେନ୍ଦ୍ର ଦାସଙ୍କୁ ଗିରଫ କରାଯାଇଛି । ଅବକାରୀ ବିଭାଗ ପକ୍ଷରୁ ହୋଇଥିବା ଉକ୍ତ ଚଢ଼ାଉରେ ସମୁଦାୟ ୧୫୦ ଲିଟର ଦେଶୀ ରନ୍ଧା ମଦ ଜବତ କରିବା ସହିତ ମୋଟ ୦୩ ଜଣଙ୍କୁ ଗିରଫ କରାଯାଇଛି । ଜବତ ମଦ ଓ ଗାଡ଼ିର ଆନୁମାନିକ ମୂଲ୍ୟ ୫୦ ହଜାର ଟଙ୍କାରୁ ଉର୍ଦ୍ଧ୍ବ ହେବ ବୋଲି ଅବକାରୀ ବିଭାଗ ସୂଚନା ଦେଇଛି । ଉକ୍ତ ଚଢାଉରେ ଏ.ଏସ୍.ଆଇ ପ୍ରହଲ୍ଲାଦ ସାମଲ , ଭବେଶ ଦାସ, କନେଷ୍ଟବଳ ପ୍ରଦୀପ ମଲ୍ଲିକ, ସତ୍ୟରଞ୍ଜନ ସେଠୀ, ସାମିଲ ଥିଲେ । ଏନେଇ ତିହିଡ଼ି ଅବକାରୀ ଥାନା ପକ୍ଷରୁ ୦୩ ଗୋଟି ପୃଥକ ପୃଥକ ମାମଲା ରୁଜ୍ଜୁ କରାଯାଇଛି।