ରାଜ୍ୟ

ଆସନ୍ତା ୨ ଦିନ ଭିତରେ ପୁଣି ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା – Ibnodisha

[ad_1]

ଭୁବନେଶ୍ୱର: ଆସନ୍ତାକାଲିଠୁ ବଦଳିବ ରାଜ୍ୟର ପାଣିପାଗ। ୨ ଦିନ ଭିତରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ପଶ୍ଚିମ-ଝଡ ଏବଂ ପୂର୍ବାଳୀ ତରଙ୍ଗାୟିତ ବାୟୁ ପ୍ରବାହ ପ୍ରଭାବରେ ଆସନ୍ତା ଦୁଇ ଦିନ ଧରି ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

ନଭେମ୍ବର ୨୦ ଏବଂ ୨୧ ତାରିଖରେ କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ନେଇ ଆଲର୍ଟ ଜାରି କରାଯାଇଛି। ନଭେମ୍ବର ୨୦ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କାଲାହାଣ୍ଡି, କନ୍ଧମାଳ, ରାୟଗଡା, ଗଜପତି, ଗଞ୍ଜାମ, ପୁରୀ, ଜଗତ୍ସିଂହପୁର, ବରଗଡ, ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ, ଦେବଗଡ଼, କେନ୍ଦୁଝର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି।

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button