ଦେଶ

୨୭ରେ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି – Ibnodisha

[ad_1]

ଭୁବନେଶ୍ୱର:  ଆସନ୍ତା ୨୭ ତାରିଖରେ ପୁଣି ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ପାରାଦୀପରେ ହେବାକୁ ଥିବା ବୋଇତ ବନ୍ଦାଣ କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରପତି। ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମ ପାଇଁ ଚାଲିଛି ପ୍ରସ୍ତୁତି। ଆଜି ଗୋପବନ୍ଧୁ ଷ୍ଟାଡିୟମ ନିକଟ ହେଲିପ୍ୟାଡରେ ସେନା ହେଲିକପ୍ଟର ମକଡ୍ରିଲ୍‌ କରିଛି। କେନ୍ଦ୍ରାଞ୍ଚଳ ଆଇଜି ଆଶିଷ କୁମାର ସିଂ ଆଜି ମଧ୍ୟ ପାରାଦୀପରେ ସୁରକ୍ଷା ବ୍ୟବସ୍ଥା ନେଇ ଆଲୋଚନା ସହ ସମୀକ୍ଷା କରିଛନ୍ତି। ଆଜି ଓ ଆସନ୍ତାକାଲି ସ୍ପଟ୍‌ ରିହର୍ସଲ କରିବ ପୁଲିସ। ହେଲିପ୍ୟାଡରୁ ବୋଇତ ବନ୍ଦାଣ କାର୍ଯ୍ୟକ୍ରମସ୍ଥଳ ପର୍ଯ୍ୟନ୍ତ ମୁତୟନ ରହିବେ ପୁଲିସ ଫୋର୍ସ। ଏସପିଙ୍କ ସମେତ ୫ କମାଣ୍ଡାଣ୍ଟ ରାଙ୍କ ଅଫିସର, ୧୩ ଡିଏସପି ଓ ୩୦ ପ୍ଲାଟୁନ ଫୋର୍ସ ମୁତୟନ ରହିବେ।

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button