ରାଜ୍ୟ

ଆଜି ହେବନି ମହାପ୍ରଭୁଙ୍କ ରାତ୍ରପହୁଡ଼, ରାତିସାରା ଦର୍ଶନ କରିବେ ଭକ୍ତ – Ibnodisha

[ad_1]

ପୁରୀ : ଆଜି ହେବନି ରାତ୍ରପହୁଡ଼। ଆଜି ଶ୍ରୀମନ୍ଦିରରେ ହେବନି ମହାପ୍ରଭୁଙ୍କ ରାତ୍ରପହୁଡ଼। ବିଳମ୍ବିତ ରାତି ପର୍ଯ୍ୟନ୍ତ ଦର୍ଶନ କରିପାରିବେ ଭକ୍ତ। ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ସେବାୟତଙ୍କ ସହ ଆଲୋଚନା ପରେ ନିଷ୍ପତ୍ତି ନିଆଯାଇଛି । ଆସନ୍ତାକାଲି ରାଜରାଜେଶ୍ବର ବେଶରେ ଦର୍ଶନ ଦେବେ ମହାପ୍ରଭୁ। ଏଥିପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି। ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ।

ସେପଟେ ଆଜି ପଞ୍ଚୁକର କାର୍ତ୍ତିକ ଶୁକ୍ଲ ଚତୁର୍ଦ୍ଦଶୀ। ଏହାକୁ ମହାକାର୍ତ୍ତିକ ମାସର ବୈକୁଣ୍ଠ ଚତୁର୍ଦ୍ଦଶା ତିଥି ମଧ୍ୟ କୁହାଯାଏ। ଏହି ଅବସରରେ ଶ୍ରୀବିଗ୍ରହଙ୍କୁ ଲକ୍ଷ୍ମୀନୃସିଂହ ବେଶରେ ସଜ୍ଜିତ କରାଯାଇଛି। ଏହି ବେଶରେ ଶ୍ରୀ ବିଗ୍ରହମାନେ ଶ୍ରୀଭୁଜ, ଶ୍ରୀପୟର ସମେତ ଅନ୍ୟାନ୍ୟ ସ୍ୱର୍ଣ୍ଣ ଅଳଙ୍କାରରେ ସଜ୍ଜିତ ହୋଇଛନ୍ତି। ମହାପ୍ରଭୁଙ୍କ ଏହି ବେଶ ଦର୍ଶନ କଲେ ଅଶେଷ ପୂଣ୍ୟ ମିଳିଥାଏ ବୋଲି ବିଶ୍ୱାସ ରହିଛି । ମହାପ୍ରଭୁଙ୍କ ଏହି ଦୁର୍ଲଭ ବେଶ ଦର୍ଶନ କରିବାକୁ ପ୍ରବଳ ମାତ୍ରାରେ ଭକ୍ତଙ୍କ ଭିଡ଼ ଜମିଛି ।

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button