ବିଜେଡିରେ ଯୋଗ ଦେଲେ ଭି.କେ. ପାଣ୍ଡିଆନ – Ibnodisha

[ad_1]
ଭୁବନେଶ୍ୱର: ବିଜେଡିରେ ଯୋଗ ଦେଲେ ଭି.କେ. ପାଣ୍ଡିଆନ। ନବୀନ ନିବାସରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ସେ ବିଜେଡିରେ ସାମିଲ ହୋଇଛନ୍ତି। ସେପ୍ଟେମ୍ବର ୨୩ ତାରିଖରେ ପାଣ୍ଡିଆନ ସରକାରୀ ଚାକିରିରୁ ସ୍ୱେଚ୍ଛାକୃତ ଅବସର ନେଇଥିଲେ। ଅବସର ନେବାର ଗୋଟିଏ ଦିନ ପରେ ଶ୍ରୀ ପାଣ୍ଡିଆନଙ୍କୁ ରାଜ୍ୟ ସରକାରଙ୍କ ୫-ଟି ଓ ନବୀନ ଓଡ଼ିଶାର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦିଆଯାଇଥିଲା।। ସେ ସିଧାସଳଖ ମୁଖ୍ୟମନ୍ତ୍ରୀଙ୍କ ଅଧୀନରେ କାର୍ଯ୍ୟ କରୁଥିଲେ। ଏହା ସହ ଶ୍ରୀ ପାଣ୍ଡିଆନଙ୍କୁ କ୍ୟାବିନେଟ ମନ୍ତ୍ରୀ ପ୍ୟାହା ମିଳିଥିଲା।
ଆଜି ସକାଳେ ନବୀନ ନିବାସରେ ବିଜେଡିର ଏକ ଗୁରୁତ୍ୱପୁର୍ଣ୍ଣ ବୈଠକ ବସିଥିଲା। ଏହି ବୈଠକରେ ମନ୍ତ୍ରୀ ପ୍ରତାପ ଦେବ, ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ସମୀର ଦାଶ, ସଞ୍ଜୟ ଦାସ ବର୍ମା, ପ୍ରସନ୍ନ ଆଚାର୍ଯ୍ୟ, ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ଅରୁଣ ସାହୁ, ଅଶୋକ ପଣ୍ଡା ପ୍ରମୁଖ ଉପସ୍ଥତି ଥିଲେ। ସେହିପରି ବିଜେଡିର ଅନ୍ୟ କେତେକ ବରିଷ୍ଠ ନେତା ଓ ବିଧାୟକ ମଧ୍ୟ ଉପସ୍ଥିତ ଥିଲେ। ସମସ୍ତଙ୍କ ଉପସ୍ଥିତିରେ ପାଣ୍ଡିଆନ ବିଜେଡିରେ ଯୋଗ ଦେଇଥିଲେ। ପାଣ୍ଡିଆନ ବିଜେଡିରେ ଯୋଗ ଦେବା ପରେ ରାଜ୍ୟ ରାଜନୀତି ସରଗରମ ରହିଛି। ଆଗକୁ ଶ୍ରୀ ପାଣ୍ଡିଆନଙ୍କୁ କେଉଁ ବଡ଼ ଦାୟିତ୍ୱ ମିଳୁଛି ତାକୁ ନେଇ ଚର୍ଚ୍ଚା ଜୋର ଧରିଛି। ୨୪.୧୦.୨୦୨୩ରେ ଓଏନଏ ଖବରରେ ପ୍ରକାଶ ପାଇଥିଲା ବିଜେଡିରେ ଯୋଗଦେବେ ବୋଲି ଭିକେ ପାଣ୍ଡିଆନ୍ ।
ବିରୋଧୀଙ୍କୁ ପାଣ୍ଡିଆନ୍ଙ୍କ ପୂଜା ଭେଟି
[ad_2]