ଦେଶ

ଦେଶର ପ୍ରଥମ ମହିଳା ଏଡିସି ଭାବେ ନିଯୁକ୍ତି ପାଇଲେ ଓଡ଼ିଆ ଝିଅ – Ibnodisha

[ad_1]

ଭୁବନେଶ୍ବର: ଦେଶର ପ୍ରଥମ ମହିଳା ଏଡିସି ଭାବେ ନିଯୁକ୍ତି ପାଇଲେ ଓଡିଆ ଝିଅ ମନୀଷା ପାଢୀ। ମିଜୋରାମ ରାଜ୍ୟପାଳ ଡ.ହରିବାବୁ କାମଭାମପତିଙ୍କର ଏଡିସି ଭାବେ ତାଙ୍କୁ ନିଯୁକ୍ତି ମିଳିଛି । ମନୀଷା ଗଞ୍ଜାମ ଜିଲ୍ଲ ବ୍ରହ୍ମପୁର ବାସିନ୍ଦା। ତାଙ୍କର ମାତାପିତା ଭୁବନେଶ୍ବରରେ ରୁହନ୍ତି। ମନୀଷା ଭୁବନେଶ୍ବର ସି.ଭି.ରମଣ କଲେଜ ଅଫ ଇଂଜିନିୟରିଂରୁ ଶିକ୍ଷାଲାଭ କରିଛନ୍ତି।

ମନୀଷା ହେଉଛନ୍ତି ୨୦୧୫ ବ୍ୟାଚର ଭାରତୀୟ ବାୟୁସେନା ଅଫିସର। ଏଡିସି ନିଯୁକ୍ତି ହେବାପରେ ମନୀଷାଙ୍କୁ ମେଘାଳୟ ରାଜ୍ୟପାଳଙ୍କ ରାଜଭବନର ସମସ୍ତ ବରିଷ୍ଠ ଅଧିକାରୀଙ୍କ ସହ ପରିଚୟ କରାଯାଇଥିଲା। ମନୀଷା ଏୟାର ଫୋର୍ସ ଷ୍ଟେସନ ବିଦାର,ଏୟାର ଫୋର୍ସ ଷ୍ଟେସନ ପୁନେ ଓ ଏୟାର ଫୋର୍ସ ଷ୍ଟେସନ ଭତିଣ୍ଡା ଭଳି ତିନୋଟି ସ୍ଥାନରେ କାର୍ଯ୍ୟ କରିଛନ୍ତି ।

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button