ଦେଶ

୪ରୁ ସଂସଦର ଶୀତ ଅଧିବେଶନ ଆରମ୍ଭ – Ibnodisha

[ad_1]

ନୂଆଦିଲ୍ଲୀ: ଦିନକ ପରେ ଆରମ୍ଭ ହେବ ସଂସଦର ଶୀତ ଅଧିବେଶନ । ଡିସେମ୍ବର ୨୨ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ଅଧିବେଶନରେ ଗୃହକାର୍ଯ୍ୟ ସୁରୁଖୁରୁରେ ସମ୍ପାଦନ କରିବାକୁ ଆଜି(ଶନିବାର) କେନ୍ଦ୍ର ସରକାର ଡାକିଛନ୍ତି ସର୍ବଦଳୀୟ ବୈଠକ । ସଂସଦର ଲାଇବ୍ରେରୀ ବିଲ୍ଡିଂରେ ବୈଠକ ଜାରି ରହିଛି । ଏଥିରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, କଂଗ୍ରେସ ସାଂସଦ ଜୟରାମ ରମେଶଙ୍କ ସମେତ ବିଭିନ୍ନ ଦଳର ନେତାମାନେ ସାମିଲ ହୋଇଛନ୍ତି । ସଂସଦର ଶୀତକାଳୀନ ଅଧିବେଶନରେ ବିଭିନ୍ନ ପ୍ରସଙ୍ଗକୁ ନେଇ ଗୃହ ସରଗରମ ରହିପାରେ । ବିଶେଷ କରି ପ୍ରଶ୍ନ ପାଇଁ ଲାଞ୍ଚ ମାମଲାରେ ଟିଏମସି ସାଂସଦ ମହୁଆ ମୋଇତ୍ରାଙ୍କ ବିରୋଧରେ ଏଥିକ୍ସ କମିଟି ଲୋକସଭାରେ ନିଜର ରିପୋର୍ଟ ଉପସ୍ଥାପନ କରିବ । ଯାହା ଉପରେ ସଭିଁଙ୍କ ନଜର ରହିଛି । କମିଟି ୫୦୦ ପୃଷ୍ଠା ସମ୍ବଳିତ ଏକ ରିପୋର୍ଟ ପ୍ରସ୍ତୁତ କରିଛି । ଏଥିରେ ମୋଇତ୍ରାଙ୍କ ସଂସଦ ସଦସ୍ୟତା ରବ୍ଦ କରିବାକୁ ସୁପାରିଶ୍ କରାଯାଇଥିବା କୁହାଯାଉଛି । ଏହାକୁ ନେଇ ଗୃହ ସରଗରମ ଦେଖିବାକୁ ମିଳିପାରେ ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button