ରାଜ୍ୟ

ନାବାଳିକା ଦୁଷ୍କର୍ମ ମାମଲା: ଅଭିଯୁକ୍ତକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ – Ibnodisha

[ad_1]

କେନ୍ଦୁଝର: କେନ୍ଦୁଝର ଫାଷ୍ଟଟ୍ରାକ୍ କୋର୍ଟ ବିଚାରପତି ବିଜୟ କୁମାର ମିଶ୍ର ଏକ ନାବାଳିକା ଦୁଷ୍କର୍ମ ମାମଲାର ବିଚାର କରି କେନ୍ଦୁଝର ସଦର ଥାନା ଉପରକାଇପୁର ଗ୍ରାମର ସଞ୍ଜୁ ଦେହୁରୀ (୩୦)କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ସହ ୨୦ ହଜାର ଟଙ୍କା ଜରିମାନା କରିଛନ୍ତି। ଜରିମାନା ଅନାଦାୟ ଅଧିକ ୬ ମାସ ଜେଲ୍‌।

୨୦୨୦ ସେପ୍ଟେମ୍ବର ୨୦ ସନ୍ଧ୍ୟା ୬ଟା‌ ସମୟରେ ନାବାଳିକାଙ୍କୁ ସଞ୍ଜୁ ଅପହରଣ କରି ତା’ର ମାଉସୀ ଘର ଗାଁରେ ରଖି ବାରମ୍ବାର ଦୁଷ୍କର୍ମ କରିଥିଲା। ଏନେଇ ନାବାଳିକାଙ୍କ ଭାଇ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ପୁଲିସ କେସ୍‌ ନମ୍ବର ୨୮୯/୨୦ରେ ଏକ ମାମଲା ରୁଜୁ କରି ଅଭିଯୁକ୍ତକୁ ଗିରଫ କରିବା ସହ ନାବାଳିକାଙ୍କୁ ଉଦ୍ଧାର କରିଥିଲା।

ବୟାନ ରେକର୍ଡ ପରେ ଅଭିଯୁକ୍ତକୁ କୋର୍ଟଚାଲାଣ କରାଯାଇଥିଲା। ଆଜି ୧୪ ଜଣ ସାକ୍ଷୀଙ୍କ ବୟାନକୁ ଭିତ୍ତି କରି ପୋକ୍ସୋ କୋର୍ଟ ବିଚାରପତି ଦୋଷୀକୁ ଉପରୋକ୍ତ ଦଣ୍ଡାଦେଶ ଶୁଣାଇଛନ୍ତି। ନାବାଳିକାଙ୍କୁ ୫ଲକ୍ଷ ଟଙ୍କା ଅନୁକମ୍ପା ରାଶି ପ୍ରଦାନ କରିବାକୁ ନିର୍ଦେଶ ଦେଇଛନ୍ତି। ସରକାରଙ୍କ ପକ୍ଷରୁ ସ୍ୱତନ୍ତ୍ର ପିପି ଜ୍ଞାନେନ୍ଦ୍ର ଜେନା ମାମଲା ପରିଚାଳନା କରୁଥିଲେ।

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button