ରାଜ୍ୟ

୫ରେ ସ୍ଥଳଭାଗ ଛୁଇଁବ ବାତ୍ୟା ‘ମିଚାଉଙ୍ଗ’ – Ibnodisha

[ad_1]

ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଗଭୀର ଅବପାତ ଅଧିକ ଘନୀଭୂତ ହୋଇ ବାତ୍ୟା ‘ମିଚାଉଙ୍ଗ’ରେ ପରିଣତ ହୋଇଛି। ଏହା ଘଣ୍ଟା ପ୍ରତି ୬ କିଲୋମିଟର ବେଗରେ ଗତି କରୁଛି। ଏବେ ଏହା ପୁଡୁଚେରୀ ଠାରୁ ୩୦୦ ଓ ଚେନ୍ନାଇ ଠାରୁ ୩୧୦ କିଲୋମିଟର ଦୂରରେ ରହିଛି। ବାତ୍ୟା ‘ମିଚାଉଙ୍ଗ’ରେ ଆସନ୍ତାକାଲି ପୂର୍ବାହ୍ନରେ ଦକ୍ଷିଣ ଆନ୍ଧ୍ର ଓ ଉତ୍ତର ତାମିଲନାଡୁରେ ପହଂଚିବା ପରେ ନେଲୋର ଏବଂ ମଛଲିପତନମ ଉପକୂଳ ଛୁଇଁବ। ସୂଚନା ଅନୁଯାୟୀ, ବାତ୍ୟା ‘ମିଚାଉଙ୍ଗ’ ଭୂମି ସ୍ପର୍ଶ ବେଳେ ପବନର ବେଗ ଘଣ୍ଟା ପ୍ରତି ୧୦୦ କିଲୋମିଟର ରହିବ।

ସମ୍ଭାବ୍ୟ ବାତ୍ୟା ଦକ୍ଷିଣ ଆନ୍ଧ୍ରପ୍ରଦେଶର ନେଲୋର ଏବଂ ମଚ୍ଛଲିପଟ୍ଟନମ୍‌ ମଧ୍ୟବର୍ତ୍ତୀ ସ୍ଥାନରେ ସ୍ଥଳଭାଗ ଛୁଇଁପାରେ। ବାତ୍ୟା ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ ଆଭ୍ୟନ୍ତରୀଣ ଏବଂ ଉପକୂଳ ଓଡ଼ିଶାର କିଛି ଅଞ୍ଚଳରେ ବର୍ଷା ହେବ। ବାତ୍ୟା ପ୍ରଭାବରେ ୩ରୁ ୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବା ସମ୍ଭାବନା ଥିବାବେଳେ ୫ରେ ମାଲକାନଗିରି, କୋରାପୁଟ, ରାୟଗଡା,ଗଜପତି ଏବଂ ଗଞ୍ଜାମରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ସେହି ଜିଲାଗୁଡ଼ିକୁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button