ଦେଶ

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ୩ ମୃତ – Ibnodisha

[ad_1]

ମୁଜାଫରପୁର: ମୁଜାଫରପୁରରେ ଭୟଙ୍କର ଦୁର୍ଘଟଣାରେ ଚାଲିଗଲା ୩ ଜଣଙ୍କ ଜୀବନ । ଟ୍ରକ ଏବଂ ଟ୍ରାକ୍ଟର ଟ୍ରଲି ଧକ୍କା ହେବା ଫଳରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଆହତ ହୋଇଛନ୍ତି । ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଆହତଙ୍କୁ ହସପିଟାଲରେ ଭର୍ତ୍ତି କରିଛି । ତେବେ ଦୁର୍ଘଟଣା ମୀରାପୁର ଥାନା କୈଥୋଡା ଗାଁ ନିକଟରେ ହୋଇଛି ।

ଖବର ମୁତାବକ, ଟ୍ରକଟି ହରିୟାଣା ଅମ୍ବାଲାରୁ ଔଷଧ ନେଇ ବିହାର ଯାଉଥିବା ବେଳେ ମେରଟ-ପୌଡି ରାଜମାର୍ଗରେ ଟ୍ରାକ୍ଟର ସହିତ ଧକ୍କା ହୋଇଥିଲା । ଫଳରେ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଆହତ ହୋଇଛନ୍ତି । ପୋଲିସ ପହଞ୍ଚିବା ପୂର୍ବରୁ ସ୍ଥାନୀୟ ଲୋକ ଘଟଣା ସ୍ଥଳରେ ପହଞ୍ଚି ଆହତଙ୍କୁ ଉଦ୍ଧାର କରିବାକୁ ଚେଷ୍ଟା କରିଥିଲେ । ଏହାପରେ ପୋଲିସକୁ ଖବର ଦେଇଥିଲେ । ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିବା ସହିତ ଆହତଙ୍କୁ ହସପିଟାଲରେ ଭର୍ତ୍ତି କରିଛି । ସୂଚନାଯୋଗ୍ୟ, ଗତ ମାସରେ ମୁଜାଫରପୁରନଗରରେ ବଡ ଦୁର୍ଘଟଣା ହୋଇଥିଲା । ଦୁର୍ଘଟଣାରେ ୬ ଜଣଙ୍କର ଜୀବନ ଚାଲିଯାଇଥିଲା ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button