ରାଜନୀତି

ଜାନୁଆରୀ ୨୩ ରୁ ମାର୍ଚ୍ଚ ୫ ଯାଏଁ ଚାଲିବ ବିଜେଡିର ଅଭିଯାନ – Ibnodisha

[ad_1]

ଭୁବନେଶ୍ୱର : ବିଜେଡି ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀରେ ୧୧ଟି ରାଜନୈତିକ, ୧୬ଟି ଧନ୍ୟବାଦ ପ୍ରସ୍ତାବ ପାରିତ ହୋଇଛି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟାନାୟକଙ୍କ ଅଧ୍ୟକ୍ଷତାରେ ଶଙ୍ଖ ଭବନରେ ଅନୁଷ୍ଠିତ ହୋଇଛି। ୨୦୦୦ ମସିହାରୁ ବିଭିନ୍ନ ନିର୍ବାଚନରେ ଲଗାତର ବିଜୟ ପାଇଁ ଓଡିଶାବାସୀଙ୍କୁ କୃତଜ୍ଞତା ଜଣାଇଛି ବିଜେଡି। ଓଡିଶାରେ ସାମାଜିକ ସୁରକ୍ଷା ଓ ଖାଦ୍ୟ ନିରାପତ୍ତା କାର୍ଯ୍ୟକ୍ରମ ତଥା ସ୍ୱାସ୍ଥ୍ୟ ଭିତ୍ତିଭୂମିର ଦ୍ରୁତ ରୂପାନ୍ତରୀକରଣ ପାଇଁ ନବୀନଙ୍କୁ ଧନ୍ୟବାଦ ଦେଇ ପ୍ରସ୍ତାବ ପାରିତ ହୋଇଛି।ସାଂଗଠନିକ ପ୍ରସ୍ତାବରେ ଶଙ୍ଖ ଭବନରେ ପ୍ରତି ନିର୍ବାଚନ ମଣ୍ଡଳୀ ୱାରୀ ପ୍ରଶିକ୍ଷଣ ଓ ତାପରେ ଜୋନାଲ ପ୍ରଶିକ୍ଷଣ ପରବର୍ତୀ ପର୍ଯ୍ୟାୟରେ ଅନ୍ୟ କାର୍ଯ୍ୟକ୍ରମ କରାଯିବାକୁ ପ୍ରସ୍ତାବ ପାରିତ ହୋଇଥିଲା । ପ୍ରତିଷ୍ଠା ଦିବସ ପରେ ଗୋଟିଏ ପକ୍ଷରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଏବଂ ଜାନୁଆରୀ ୨୩ ନେତାଜୀ ଜୟନ୍ତୀ ଠାରୁ ବିଜୁ ଜୟନ୍ତୀ ମାର୍ଚ୍ଚ ୫ ଯାଏଁ ନବୀନ ସରକାରର ସଫଳତା ତଥା ବିକାଶର ଆଭିମୁଖ୍ୟ ତୃଣମୁଳ ସ୍ତରରେ ଲୋକଙ୍କ ପାଖରେ ପହଁଚାଇବା ପାଇଁ ଅଭିଯାନ ଆରମ୍ଭ କରାଯିବ ବୋଲି କାର୍ଯ୍ୟକାରିଣୀ ପ୍ରସ୍ତାବରେ କୁହାଯାଇଛି । ବୈଠକରେ ସଂଘୀୟ ବ୍ୟବସ୍ଥାରେ ଓଡିଶା ଯେପରି ତାର ନ୍ୟାର୍ଯ୍ୟ ଦାବୀ ଯଥା ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ଏପରିକି ସ୍ପେଶାଲ ଫୋକସ ଷ୍ଟେଟ ମାନ୍ୟତା , ଦାବୀ ହାସଲ କରିବ ସେଥିପାଇଁ ଉଦ୍ୟମ ଜାରି ରହିବ ବୋଲି ବୈଠକରେ ନିଷ୍ପତ୍ତି ହୋଇଥିଲା .ଏହା ସହିତ ମହାନଦୀ ଓ ପୋଲାଭରମ ପ୍ରସଙ୍ଗରେ କେନ୍ଦ୍ରର ନୀରବତା ନେଇ ବୈଠକରେ ଦୁଃଖ ପ୍ରକାଶ କରାଯାଇଥିଲା ଓ ଦାବି ପୂରଣ ପାଇଁ ଉଦ୍ୟମ ଅବ୍ୟାହତ ରହିବ ବୋଲି ଘୋଷଣା କରାଯାଇଥିଲା ।

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button