ରାଜ୍ୟ

ଆଜି ୪ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ – Ibnodisha

[ad_1]

ପୁରୀ: ଆଜି ମାର୍ଗଶିର-ଶୁକ୍ଳ ଅଷ୍ଟମୀ ତିଥି । ଏହି ଅବସରରେ ଶ୍ରୀ ବିଗ୍ରହ ମାନଙ୍କ ଶ୍ରୀମନ୍ଦିରରେ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏହା ଅତ୍ୟନ୍ତ ଗୁପ୍ତ ନୀତି ହୋଇଥିବାରୁ ଚତୁର୍ଦ୍ଧା ମୂରତିଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ। କିନ୍ତୁ ପାର୍ଶ୍ଵ ଦେବାଦେବୀଙ୍କୁ ଦର୍ଶନର ସୌଭାଗ୍ୟ ପାଇବେ ଭକ୍ତ ଶ୍ରଦ୍ଧାଳୁ।

ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି। ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଆଜି ଅପରାହ୍ଣ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button