ରାଜ୍ୟ

୫-ଟି ଅଧ୍ୟକ୍ଷଙ୍କ କଟକ ଗସ୍ତ: ପରିଦର୍ଶନ କଲେ ଚଣ୍ଡୀ ମନ୍ଦିର, ଏସସିବି, ତାଳଦଣ୍ଡା କେନାଲ ଓ ରେଭେନ୍‌ସା ବାଳିକା ବିଦ୍ୟାଳୟ – Ibnodisha

[ad_1]

କଟକ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ଆଜି ସନ୍ଧ୍ୟାରେ କଟକ ଗସ୍ତରେ ଯାଇ ବିଭିନ୍ନ ରୂପାନ୍ତର କାମର ସମୀକ୍ଷା କରିଛନ୍ତି । ଏସସିବି, ଚଣ୍ଡୀ ମନ୍ଦିର, ତାଳଦଣ୍ଡା କେନାଲ ଓ ରେଭେନ୍‌ସା ବାଳିକା ବିଦ୍ୟାଳୟ ଆଦି ପରିଦର୍ଶନ କରିଥିଲେ । କଟକ ଚଣ୍ଡୀ ମନ୍ଦିର ପରିଦର୍ଶନ କରି ସେ ମା’ଙ୍କ ଦର୍ଶନ କରିବା ସହିତ ମନ୍ଦିରର ବିଭିନ୍ନ ରୂପାନ୍ତର କାମ ସମ୍ପର୍କରେ ପୂଜକ, ଜିଲ୍ଲାପ୍ରଶାସନ ସହିତ ଆଲୋଚନା କରିଛନ୍ତି ।

ସୂଚନାଯୋଗ୍ୟ ଯେ ୫-ଟି ଉପକ୍ରମରେ ମା’ଙ୍କ ମନ୍ଦିରର ରୂପାନ୍ତର ଓ ସୌନ୍ଦର୍ଯ୍ୟକରଣ କାମ ଚାଲିଛି । ମନ୍ଦିରର ସୌନ୍ଦର୍ଯ୍ୟକରଣ ସହିତ ଜଳ ନିଷ୍କାସନ, ପାର୍କିଂ ଓ ଅନ୍ୟାନ୍ୟ କାର୍ଯ୍ୟକୁ ଅନୁଧ୍ୟାନ କରି ଶ୍ରୀ ପାଣ୍ଡିଆନ ଏହାକୁ ଶୀଘ୍ର ଶେଷ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଯାତ୍ରୀମାନେ ଯେପରି ସୁବିଧାରେ ଓ ଶୃଙ୍ଖଳିତ ଭାବରେ ମା’ଙ୍କ ଦର୍ଶନ କରିପାରିବେ ଏବଂ ଏକ ଦିବ୍ୟ ଅନୁଭବ ଲାଭ କରିବେ, ସେଥିପ୍ରତି ଧ୍ୟାନ ଦେବାକୁ ସେ ପରାମର୍ଶ ଦେଇଥିଲେ । ୫ଟି ଅଧ୍ୟକ୍ଷ ଶ୍ରୀ ପାଣ୍ଡିଆନ ଏସସିବି ପରିଦର୍ଶନ କରି ଏହାର ରୂପାନ୍ତର କାମର ଅଗ୍ରଗତି ସଂପର୍କରେ ସମୀକ୍ଷା କରିଥିଲେ । ୪ଟି କ୍ଲିନିକାଲ ବ୍ଲକ୍ ଓ ୧୩ଟି ଆବାସିକ ବ୍ଲକ୍‌ର ନିର୍ମାଣ କାର୍ଯ୍ୟ ଯଥା ଶୀଘ୍ର ସମ୍ପୂର୍ଣ୍ଣ ଭାବେ ଶେଷ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ ।

ଶ୍ରୀ ପାଣ୍ଡିଆନ ଏହାପରେ ରେଭେନ୍‌ସା ବାଳିକା ବିଦ୍ୟାଳୟ ବୁଲି ଦେଖିଥିଲେ, ସେଠାରେ ବିଦ୍ୟାଳୟର ଶିକ୍ଷୟିତ୍ରୀ ମାନଙ୍କ ସହ ଆଲୋଚନା କରିଥିଲେ । ଏଥିସହିତ ହେରିଟେଜ ବିଲଡିଂ ରିଷ୍ଟୋର କରିବା ପାଇଁ ପୂର୍ତ୍ତ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ । ପୁନଶ୍ଚ ୫ଟି ଉପକ୍ରମରେ ସ୍କୁଲର ବିକାଶ କରାଯିବ ବୋଲି ଶ୍ରୀ ପାଣ୍ଡିଆନ୍ ପ୍ରକାଶ କରି ଥିଲେ । ଫାଇପ-ଟି ଅଧ୍ୟକ୍ଷଙ୍କ ଗସ୍ତ ସମୟରେ ପୂର୍ତ୍ତ ବିଭାଗ ପ୍ରମୁଖ ସଚିବ, ଜିଲ୍ଲାପାଳ ନରହରି ସେଠୀ, ସିଏମସି କମିଶନର ନିଖିଲ ପୱନ କଲ୍ୟାଣ, କଟକ ଡିସିପି ପିନାକ ମିଶ୍ର, ଓବିସିସି ପରିଚାଳନା ନିର୍ଦ୍ଦେଶକ ଓ ପୂର୍ତ୍ତ ବିଭାଗର ବରିଷ୍ଠ ଯନ୍ତ୍ରୀମାନେ ଉପସ୍ଥିତ ଥିଲେ ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button