କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଟୁଇଟ୍ କଲେ ସାଂସଦ ମାନସ ମଙ୍ଗରାଜ – Ibnodisha

[ad_1]
ଭୁବନେଶ୍ବର: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଟ୍ୟାଗ କରି ଟୁଇଟ୍ କଲେ ସାଂସଦ ମାନସ ମଙ୍ଗରାଜ । ଭାଇ, ଆପଣ ଡେରିରେ ହେଉ ପଛେ ଠିକ୍ କଥା କହିଛନ୍ତି । ମହାପ୍ରଭୁ ଶ୍ରୀ ଜଗନ୍ନାଥ ହେଉଛନ୍ତି ଓଡିଶା ତଥା ଓଡିଶା ବାହାରେ ରହୁଥିବା ସଭିଙ୍କର ଆଧ୍ୟାତ୍ମିକତାର ପ୍ରାଣକେନ୍ଦ୍ର । ହେଲେ, ଆପଣଙ୍କ ଦଳର କିଛି ନେତା ଗତ ଦୁଇ-ତିନି ଦିନ ଧରି ଓଡିଶାକୁ ଏବଂ ଶ୍ରୀକ୍ଷେତ୍ରକୁ ବଦନାମ କରିବାକୁ ଯେଉଁ ଅପଚେଷ୍ଟା କରିଛନ୍ତି ତାକୁ ସଭିଏଁ ଦେଖିଛନ୍ତି ।
ଯେଉଁ ମହିଳା ସୋସିଆଲ ମିଡିଆ ଇନଫ୍ଲୁଏନସରଙ୍କୁ କେନ୍ଦ୍ର ସରକାର ଦେଶର ହିନ୍ଦୁ ମନ୍ଦିର ଐତିହ୍ୟ, ସଂସ୍କୃତିର ପ୍ରଚାର ପ୍ରସାର ପାଇଁ ନିୟୋଜିତ କରିଥିଲେ, ସେ ଯେତେବେଳେ ଜଗନ୍ନାଥ ଧାମ ଆସି ପରିକ୍ରମା ପ୍ରକଳ୍ପର ଭିଡିଓ କଲେ ସଙ୍ଗେ ସଙ୍ଗେ ତାଙ୍କୁ ଫେକ୍ ନ୍ୟୁଜ ଓ ଫେକ୍ ଭିଡିଓ ଜରିଆରେ ବଦନାମ କରିବା ପାଇଁ ଆପଣଙ୍କ ଅନୁଗତ ଗୋଷ୍ଠୀ ଅପଚେଷ୍ଟା କଲେ । କାମିଆ ଜାନି ଯଦି ରାମ ମନ୍ଦିରକୁ ପ୍ରମୋଟ୍ କରିବା ଠିକ୍, ତେବେ ପରିକ୍ରମା ପ୍ରକଳ୍ପକୁ ପ୍ରମୋଟ୍ କଲେ ଅସୁବିଧା କେଉଁଠି ରହିଲା? ଫେକ ନ୍ୟୁଜ୍ ଜରିଆରେ ଲୋକଙ୍କ ଭାବାବେଗ ସହ ଖେଳିଥିବା ରାଜ୍ୟ ବିଜେପିର ଏହି ନେତାଙ୍କ ବିରୋଧରେ ଆପଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ ବୋଲି ମୁଁ ଆଶା କରୁଛି।
<blockquote class=”twitter-tweet”><p lang=”or” dir=”ltr”>.<a href=” ଭାଇ, ଆପଣ ଡେରିରେ ହେଉ ପଛେ ଠିକ୍ କଥା କହିଛନ୍ତି । ମହାପ୍ରଭୁ ଶ୍ରୀ ଜଗନ୍ନାଥ ହେଉଛନ୍ତି ଓଡିଶା ତଥା ଓଡିଶା ବାହାରେ ରହୁଥିବା ସଭିଙ୍କର ଆଧ୍ୟାତ୍ମିକତାର ପ୍ରାଣକେନ୍ଦ୍ର । ହେଲେ, ଆପଣଙ୍କ ଦଳର କିଛି ନେତା ଗତ ଦୁଇ-ତିନି ଦିନ ଧରି ଓଡିଶାକୁ ଏବଂ ଶ୍ରୀକ୍ଷେତ୍ରକୁ ବଦନାମ କରିବାକୁ ଯେଉଁ ଅପଚେଷ୍ଟା କରିଛନ୍ତି ତାକୁ ସଭିଏଁ…</p>— Manas Mangaraj (@manasrmangaraj) <a href=” 23, 2023</a></blockquote> <script async src=” charset=”utf-8″></script>
[ad_2]