ଦେଶ

ଅଯୋଧ୍ୟାରେ ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ପାଇଁ ଗର୍ଭଗୃହରେ ରହିବେ ୫ ଜଣ – Ibnodisha

[ad_1]

ଅଯୋଧ୍ୟା: ଅଯୋଧ୍ୟାରେ ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ପାଇଁ ଗର୍ଭଗୃହରେ ରହିବେ ୫ ଜଣ  । ଅଯୋଧ୍ୟା ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା ଉତ୍ସବ ଜାନୁଆରି ୨୨ରେ ହେବାକୁ ଥିବା ବେଳେ ଏଥିପାଇଁ ପ୍ରସ୍ତୁତିକୁ ଚୂଡ଼ାନ୍ତ ରୂପ ଦିଆଯାଉଛି । ମନ୍ଦିର ଉଦ୍‌ଘାଟନ ସମାରୋହ ପାଇଁ ଅଯୋଧ୍ୟା ସହରକୁ ନୂଆ ରୂପ ଦିଆଯାଉଛି । ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠ ପାଇଁ ଗର୍ଭଗୃହରେ କେବଳ ୫ ଜଣ ଉପସ୍ଥିତ ରହିବେ।ଏହି ଯଜ୍ଞରେ ଯଜମାନ ଭାବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗର୍ଭଗୃହରେ ଉପସ୍ଥିତ ରହିବେ। ପ୍ରଧାନମନ୍ତ୍ରୀଙ୍କ ସହିତ ରାଜ୍ୟପାଳ ଆନନ୍ଦୀ ବେନ ପଟେଲ, ଆର୍‌ଏସ୍‌ଏସ୍‌ ମୁଖ୍ୟ ମୋହନ ଭାଗବତ, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ ରାମ ମନ୍ଦିରର ମୁଖ୍ୟ ପୂଜାରୀ ଆଚାର୍ଯ୍ୟ ସତ୍ୟେନ୍ଦ୍ର ଦାଶ ଗର୍ଭଗୃହରେ ଉପସ୍ଥିତ ରହିବେ ବୋଲି ଜଣାପଡ଼ିଛି। ପ୍ରଧାନମନ୍ତ୍ରୀ ଆସନ୍ତା ୩୦ ତାରିଖରେ ଅଯୋଧ୍ୟା ଗସ୍ତ କରିବେ। ଏହି ଅବସରରେ ସେ ନବନିର୍ମିତ ଅଯୋଧ୍ୟା ଧାମ ରେଳ ଷ୍ଟେସନର ଉଦ୍‌ଘାଟନ କରିବା ସହ ବନ୍ଦେ ଭାରତ ଏକ୍ସପ୍ରେସର ମଧ୍ୟ ଶୁଭାରମ୍ଭ କରିବେ। ପ୍ରଧାନମନ୍ତ୍ରୀ ଅପରାହ୍ନରେ ନବନିର୍ମିତ ଅଯୋଧ୍ୟା ଅନ୍ତର୍ଜାତୀୟ ବିମାନ ବନ୍ଦରକୁ ମଧ୍ୟ ଉଦ୍‌ଘାଟନ କରିବେ। ଏହାପରେ ପ୍ରଧାନମନ୍ତ୍ରୀ ଏକ ସାର୍ବଜନୀନ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବା ସହ ବିଭିନ୍ନ ବିକାଶ ଯୋଜନାର ଉଦ୍‌ଘାଟନ ଓ ଶିଳାନ୍ୟାସ କରିବେ।

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button