ରାଜ୍ୟ

ଜୀବନ ବିନ୍ଦୁ କାର୍ଯ୍ୟକ୍ରମ ମାଧ୍ୟମରେ ଚଳିତ ବର୍ଷ ‘୧’ ଲକ୍ଷ ୟୁନିଟ ରକ୍ତ ସଂଗ୍ରହ – Ibnodisha

[ad_1]

ଭୁବନେଶ୍ୱର : ଓଡ଼ିଶା-ମୋ ପରିବାର ପକ୍ଷରୁ ଜୀବନବିନ୍ଦୁ କାର୍ଯ୍ୟକ୍ରମ ମାଧ୍ୟମରେ ଚଳିତ ବର୍ଷ ସମୁଦାୟ ୧ଲକ୍ଷ ୟୁନିଟ୍ ରକ୍ତ ସଂଗୃହୀତ ହୋଇଛି । ବର୍ଷତମାମ, ରାଜ୍ୟର ବିଭିନ୍ନ ସ୍ଥାନରେ ରକ୍ତଦାନ ଶିବିରମାନ ଆୟୋଜନ ଜରିଆରେ ଏହି ସଫଳତା ହାସଲ ହୋଇପାରିଛି ।

ଯେପରି ରକ୍ତ ବିନା କୌଣସି ଓଡ଼ିଆଙ୍କ ଜୀବନ ବିପଦରେ ନପଡ଼ିବ, ଏହାକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ସର୍ବଦା ଗୁରୁତ୍ୱ ଦେଇଆସିଛନ୍ତି ଏବଂ ତାଙ୍କ ନେତୃତ୍ଵରେ ୨୦୨୦ ମସିହା ଅଗଷ୍ଟ ୯ ତାରିଖରେ ‘ଜୀବନବିନ୍ଦୁ’ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା । ଏଥିପାଇଁ ପ୍ରତିବର୍ଷ, ରାଜ୍ୟବ୍ୟାପୀ ରକ୍ତଦାନ ଶିବିରମାନ ଆୟୋଜନ କରାଯାଉଛି । ସମଗ୍ର ରକ୍ତଭଣ୍ଡାରଗୁଡ଼ିକରେ ଆବଶ୍ୟକ ଷ୍ଟକ ବଜାୟ ରହିବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କର ନିର୍ଦ୍ଦେଶ ରହିଛି । ‘ଜୀବନବିନ୍ଦୁ’ ମାଧ୍ୟମରେ ବର୍ଷ ତମାମ ରକ୍ତଦାନ ଶିବିରମାନ ଆୟୋଜନ କରି ବିଗତ ଦିନରେ ଏକ ମାଇଲଖୁଣ୍ଟ ହାସଲ ମଧ୍ୟ କରିଥିଲା ।
କେବଳ ଏତିକି ନୁହେଁ, ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କର ଏହି ସ୍ଵତନ୍ତ୍ର ପରିକଳ୍ପନା, ଓଡ଼ିଶା-ମୋ ପରିବାର, ସାଢେ ଚାରିକୋଟି ଓଡ଼ିଆଙ୍କ ସେବାରେ ସର୍ବଦା ସମର୍ପିତ ହୋଇ ରହିଆସିଛି । ଫସି ରହିଥିବା ଶ୍ରମିକମାନଙ୍କୁ ବିଦେଶରୁ ସ୍ଥାନାନ୍ତରଣ ହେଉ କି ଡାକ୍ତରଖାନା ଗୁଡ଼ିକରେ ବିଭିନ୍ନ ପ୍ରକାର ସହାୟତା ହେଉ, ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କର ସମସ୍ତ ଜନ କଲ୍ୟାଣକାରୀ ଯୋଜନାରେ ସଂଯୋଜନା କରି ଲୋକମାନଙ୍କୁ ସାହାଯ୍ୟ ଯୋଗାଇ ଆସିଛି । ଏହି ରକ୍ତ ସଂଗ୍ରହ କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ବିଜୁ ଜନତା ଦଳର ବରିଷ୍ଠ ନେତୃବୃନ୍ଦ, ଦଳୀୟ କର୍ମୀ, ରାଜ୍ୟର ସମସ୍ତ ବ୍ଲଡ଼ ବ୍ୟାଙ୍କ ଅଧିକାରୀ ଓ କର୍ମଚାରୀମାନଙ୍କୁ ଏବଂ ରକ୍ତଦାତାଙ୍କୁ ଓଡ଼ିଶା-ମୋ ପରିବାର ପକ୍ଷରୁ ଅଶେଷ କୃତଜ୍ଞତା ଜ୍ଞାପନ କରାଯାଇଛି ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button