ରାଜ୍ୟ

୬ ମାସ ବଢ଼ିଲା ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟକାଳ – Ibnodisha

[ad_1]

ଭୁବନେଶ୍ୱର: ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ ୬ ମାସ ବଢ଼ିଛି । ସେ ୨୦୨୪ ଜୁନ୍ ୩୦ ପର୍ଯ୍ୟନ୍ତ ମୁଖ୍ୟ ଶାସନ ସଚିବ ପଦବିରେ ରହିବେ । ରାଜ୍ୟ ସରକାର ଏନେଇ ବିଜ୍ଞପ୍ତି ଜାରି କରିଛନ୍ତି । ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ ସରିବାକୁ ଯାଉଥିବା ବେଳେ ରାଜ୍ୟରେ କିଏ ନୂଆ ମୁଖ୍ୟ ଶାସନ ସଚିବ ହେବେ ସେନେଇ ଚର୍ଚ୍ଚା ହେଉଥିଲା ।

ସୂଚନାଯୋଗ୍ୟ, ୧୯୮୯ ବ୍ୟାଚ୍‌ର ଆଇଏଏସ୍ ଅଧିକାରୀ ଶ୍ରୀ ଜେନାଙ୍କୁ ରାଜ୍ୟର ୪୫ତମ ମୁଖ୍ୟ ଶାସନ ସଚିବ ଭାବେ ମାର୍ଚ୍ଚ ୧ ତାରିଖରେ ଦାୟିତ୍ୱ ଗ୍ରହଣ କରିଥିଲେ । ବରିଷ୍ଠ ଆଇଏଏସ୍ ଅଧିକାରୀ ପ୍ରଦୀପ କୁମାର ଜେନା ଜଣେ ଦକ୍ଷ ପ୍ରଶାସକ ଭାବେ ବେଶ୍ ଜଣାଶୁଣା । ୧୯୬୪ ମସିହାରେ ଜନ୍ମିତ ପ୍ରଦୀପ କୁମାର ଜେନା ଆଇଏଏସ୍ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ପ୍ରଶିକ୍ଷଣ ପରେ ୧୯୯୧ ମସିହାରେ ପ୍ରଥମେ କଳାହାଣ୍ଡି ଜିଲ୍ଲାର ଧର୍ମଗଡ଼ର ଉପଜିଲ୍ଲାପାଳ ଭାବେ କାର୍ଯ୍ୟଭାର ଗ୍ରହଣ କରିଥିଲେ । ପରେ ସେଠାରେ ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଓ ଜିଲ୍ଲାପାଳ ଭାବେ ଦାୟିତ୍ୱ ତୁଲାଇଥିଲେ । ପରେ କେନ୍ଦ୍ରାପଡ଼ା ଜିଲ୍ଲାପାଳ ଭାବେ ତାଙ୍କୁ ବଦଳି କରାଯାଇଥିଲା ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button