ରାଜ୍ୟ

ଜାନୁଆରୀ ପ୍ରଥମ ସପ୍ତାହରେ ରାଜ୍ୟରେ ବର୍ଷା ଆଶଙ୍କା – Ibnodisha

[ad_1]

ଭୁବନେଶ୍ୱର: ଜାନୁଆରୀ ପ୍ରଥମ ସପ୍ତାହରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ସାରା ଓଡ଼ିଶାରେ ତାପମାତ୍ରା ବୃଦ୍ଧି ପାଉଥିବା ବେଳେ ବର୍ଷା ହେବା ନେଇ ଭୁବନେଶ୍ୱର ସ୍ଥିତ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ସ୍ୱାଭାବିକଠାରୁ ୨ରୁ ୪ ଡିଗ୍ରି ଅଧିକ ରହିଥିବା ବେଳେ ଥଣ୍ଡାର ପ୍ରଭାବ ଯଥେଷ୍ଟ ହ୍ରାସ ପାଇଛି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ସମ୍ବଲପୁର, ସୁନ୍ଦରଗଡ଼, ଫୁଲବାଣୀ, ଭୁବନେଶ୍ୱର ଓ କଟକ ସମେତ ରାଜ୍ୟର ୧୦ଟି ସ୍ଥାନରେ ତାପମାତ୍ରା ସ୍ୱାଭାବିକଠାରୁ ଅଧିକ ରହିଛି। ସାରା ରାଜ୍ୟରେ ତାପମାତ୍ରା କ୍ରମଶଃ ବୃଦ୍ଧି ପାଉଥିବା ବେଳେ କୋରାପୁଟ ୭.୫ ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ କରିଥିବା ବେଳେ କନ୍ଧମାଳ ଜିଲ୍ଲାର ଦାରିଙ୍ଗବାଡ଼ିରେ ୮.୫ ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ କରାଯାଇଛି। ରାଜ୍ୟର ଅନ୍ୟ ସ୍ଥାନରେ ରାତିର ତାପମାତ୍ରା ୧୦ ଡିଗ୍ରି ଉପରେ ରହିଛି।

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button