ରାଜ୍ୟ

ରାଜ୍ୟ କ୍ୟାବିନେଟ୍‌ରେ ୧୩ଟି ପ୍ରସ୍ତାବରେ ଲାଗିଲା ମୋହର – Ibnodisha

[ad_1]

ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ୧୩ଟି ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ ମିଳିଛି । ଆଜି ଅନୁମୋଦନ ଲାଗ କରିଥିବା ପ୍ରସ୍ତାବଗୁଡ଼ିକ ମଧ୍ୟରୁ ସେବା ସମ୍ବନ୍ଧୀୟ ୬ଟି ପ୍ରସ୍ତାବ ଉପରେ ମୋହର ମରାଯାଇଛି । ଆଜିର ବୈଠକରେ ୧୩ଟି ପ୍ରସ୍ତାବ ଉପରେ ଆଲୋଚନା ହୋଇଥିଲା ଏବଂ ସମସ୍ତ ପ୍ରସ୍ତାବକୁ ଅନୁମୋଦନ ମିଳିିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ଓଡ଼ିଶା ସିଭିଲ ସର୍ଭିସ ବୟସ ସୀମା ୩୨ରୁ ୩୮ବର୍ଷକୁ ବୃଦ୍ଧି କରାଯାଇଛି । ସେହିପରି ନଗର ଉନ୍ନୟନ ବିଭାଗରେ ୩୬୫ ଇଞ୍ଜିନିୟର ପଦବୀ ସୃଷ୍ଟି ହୋଇଛି ।

ପିଏଚଏଫଆଇ ପ୍ରତିଷ୍ଠା ଲାଗି ୫ ଏକର ଜମି ଦେବାକୁ ନିଷ୍ପତ୍ତି ହୋଇଥିବାବେଳେ ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୦ଟି ନୂଆ ଇ-ବସ କିଣିବା ପାଇଁ ନିଷ୍ପତ୍ତି ନିଆଯାଇଛି । ଏହି ନୂଆ ଇ-ବସଗୁଡ଼ିକ ରାଜଧାନୀ ସମେତ ରାଜ୍ୟର ବିଭିନ୍ନ ସହରରେ ଗଡ଼ିବ ବୋଲି କୁହାଯାଇଛି । ସେହିପରି ୧୧୦ଟି ସହରାଞ୍ଚଳରେ ଏଲଇଡି ଲାଇଟ ଲଗାଇବା ପାଇଁ ୩୧୨ କୋଟି ୧୮ ଲକ୍ଷ ଅନୁମୋଦନ ହୋଇଥିବାବେଳେ ଜଗନ୍ନାଥ ସଂସ୍କୃତିର ପ୍ରଚାର ପ୍ରସାର ପାଇଁ ସଚେତନତା ସୃଷ୍ଟି ହେବ । ଆମ ଓଡ଼ିଶା-ନବୀନ ଓଡ଼ିଶାକୁ ଆହୁରୀ ବ୍ୟାପକ କରାଯିବାକୁ ବୈଠକରେ ନିଷ୍ପତ୍ତି ନିଆଯାଇଛି ବୋଲି ବୈଠକ ଶେଷର ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ସୂଚନା ଦେଇଛନ୍ତି ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button