ରାଜ୍ୟ

ସପ୍ତାହ ଶେଷ ଆଡ଼କୁ ହାଲୁକା ବର୍ଷିବ! – Ibnodisha

[ad_1]

ଭୁବନେଶ୍ୱର:  ଜାନୁଆରୀ ପ୍ରଥମ ସପ୍ତାହ ଶେଷ ଆଡ଼କୁ କିଛି ଜିଲ୍ଲାରେ ହାଲୁକା ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆଗାମୀ ୫ ଦିନ ରାତି ତାପମାତ୍ରାରେ କୌଣସି ପରିବର୍ତ୍ତନର ସମ୍ଭାବନା ନାହିଁ ବୋଲି କୁହାଯାଇଛି । ଅଧିକାଂଶ ସ୍ଥାନରେ ଏହା ସ୍ୱାଭାବିକ ଠାରୁ ୨ରୁ ୪ ଡିଗ୍ରୀ ଅଧିକ ରହିପାରେ । ସ୍ୱଭାବିକଠାରୁ ରାତିର ତାପମାତ୍ରା ଅଧିକ ରହିବାକୁ ଥିବାରୁ ଥଣ୍ଡା କମ୍‌ରହିବ । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ତେବେ ଆଗାମୀ ୪ ଓ ୫ ତାରିଖରେ କେତେକ ସ୍ଥାନରେ ହାଲ୍‌କା ବର୍ଷା ହୋଇପାରେ ବୋଲି କୁହାଯାଇଛି ।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ବୁଲେଟିନ୍ ଅନୁସାରେ ଆଗାମୀ ୩ ଦିନ ରାଜ୍ୟରେ ପାଗ ଶୁଖିଲା ରହିବ । ତେବେ ୪ ତାରିଖରେ ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏରୁ ଦୁଟି ସ୍ଥାନରେ ସ୍ୱଳ୍ପ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ୫ ତାରିଖରେ ବରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ଦେବଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲ୍‌କା ବର୍ଷା ହେବାର ସମ୍ଭାବନା ରହିଛି । ତେବେ ରାଜ୍ୟର ବାକି ଜିଲ୍ଲାରେ ପାଗ ଶୁଖିଲା ରହିବ । ୬ ଓ ୭ ତାରିଖଠାରୁ ରାଜ୍ୟରେ ପାଗ ଶୁଖିଲା ରହିବ । ସେପଟେ କୁହୁଡ଼ି ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି ।

୨ ତାରିଖରେ କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ସୋନପୁର, କୋରାପୁଟ, ବଲାଙ୍ଗିର, ବୌଦ୍ଧ, ଅନୁଗୋଳ, ଦେବଗଡ଼, ସୁନ୍ଦରଗଡ଼, କଟକ ଓ ଜଗତସିଂହପୁର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୩ ତାରିଖ ସକାଳେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, କଟକ ଓ ଖୋର୍ଦ୍ଧା ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୪ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ ଓ କନ୍ଧମାଳ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି ।

ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୩ ତାରିଖ ସକାଳେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, କଟକ ଓ ଖୋର୍ଦ୍ଧା ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୪ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ ଓ କନ୍ଧମାଳ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଜାନୁଆରୀ ମାସରେ ଶୀତର ପ୍ରଭାବ କମିବା ସମ୍ଭାବନା ରହିଛି ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button