ରାଜ୍ୟ

ଓଏଏସ୍ ସ୍ତରରେ ଅଦଳ ବଦଳ – Ibnodisha

[ad_1]

ଭୁବନେଶ୍ୱର: ଆଜି ରାଜ୍ୟ ସରକାର ଓଏଏସ୍ ଅଧିକାରୀ ସ୍ତରରେ ଅଦଳ ବଦଳ କରିଛନ୍ତି । ଏ ନେଇ ଆଜି ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ପ୍ରକାଶ ପାଇଛି । ଜାରି ବିଜ୍ଞପ୍ତି ଅନୁସାରେ, ଇସ୍ପାତ ଓ ଖଣି ବିଭାଗର ଅତିରିକ୍ତ ସଚିବ ବରିଷ୍ଠ ଓଏଏସ୍ ଅନୁଜ କୁମାର ଦାସପଟ୍ଟନାୟକଙ୍କୁ ମ୍ୟୁଜିୟମ ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । ସେହିପରି ଗଞ୍ଜାମ ଅତିରିକ୍ତ ଜିଲ୍ଲାପାଳ ଲୀନା କୁମାର ସେସଙ୍କୁ ଜଳସମ୍ପଦ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି ହୋଇଛି । ବ୍ରହ୍ମପୁର ଆରଡିସି ଅଫିସକୁ ତାଙ୍କର ପୂର୍ବ ବଦଳିକୁ ବାତିଲ କରାଯାଇଛି ।

ସେହିପରି କଟକ ମହାନଗର ନିଗମର ଡେପୁଟି କମିଶନର ସଞ୍ଜିବିତା ରାୟଙ୍କୁ କଟକସ୍ଥିତ ଟେକନିକାଲ ଏଜୁକେସନ୍ ଆଣ୍ଡ ଟ୍ରେନିଂ ନିର୍ଦ୍ଦେଶାଳୟର ଯୁଗ୍ମ ନିର୍ଦ୍ଦେଶକ ଭାବେ ବଦଳି ହୋଇଛି । ଓଏଏସ୍ ବିନୋଦ କୁମାର ଜେନାଙ୍କୁ ଓଡ଼ିଆ ଭାଷା,ସାହିତ୍ୟ ଓ ସଂସ୍କୃତି ବିଭାଗର ଯୁଗ୍ମ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ ହୋଇଛି । ଶ୍ରୀ ଜେନା ଏବେ ମିଶନ ଶକ୍ତି ବିଭାଗର ଯୁଗ୍ମ ସଚିବ ଅଛନ୍ତି । ସେହିପରି କଟକସ୍ଥିତ ଟେକନିକାଲ ଏଜୁକେସନ୍ ଆଣ୍ଡ ଟ୍ରେନିଂ ନିର୍ଦ୍ଦେଶାଳୟର ଡେପୁଟି ନିର୍ଦ୍ଦେଶିକା ଅନାମିକା ସିଂଙ୍କୁ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଭୁବନେଶ୍ୱରସ୍ଥିତ କାର୍ଯ୍ୟାଳୟକୁ ଡେପୁଟି ସିଇଓ ଭାବେ ବଦଳି ହୋଇଛି ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button